Posted inଜାତୀୟ

‘ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେଇପାରିବନି ଭାଜପା’

ମୁମ୍ବାଇ, ୨୪ା୧୧(ପି.ଟି.) : ମହାରାଷ୍ଟ୍ରରେ ଦେବେନ୍ଦ୍ର ଫଡ୍‌ନବିସ୍‌ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ କରିଥିଲେ ହେଁ ଆବଶ୍ୟକ ସଂଖ୍ୟା ଭାଜପା ପାଖରେ ନାହିଁ ବୋଲି ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଶନିବାର କହିଛନ୍ତି। ଭାଜପାକୁ ଅଜିତ୍‌ ସମର୍ଥନ କରିବା ନିଷ୍ପତ୍ତି ସମ୍ପୂର୍ଣ୍ଣ ଅନୁଶାସନହୀନତା ବୋଲି ସେ ମତ ଦେଇଛନ୍ତି। ଏନ୍‌ସିପି-ଭାଜପା ମେଣ୍ଟ ସପକ୍ଷରେ ଦଳର କୌଣସି ନେତା ନାହାନ୍ତି। ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଏନ୍‌ସିପି ନେତା ଅଜିତ୍‌ ପାଓ୍ବାରଙ୍କ ସହ ୧୦ରୁ ୧୧ ବିଧାୟକ ରହିଛନ୍ତି। ଭାଜପା ପାଖରେ ଆବଶ୍ୟକ ସଂଖ୍ୟା ନ ଥିବାରୁ ସରକାର ତିଷ୍ଠିରହିବା ମୁସ୍କିଲ ବୋଲି ଶରଦ ପ୍ରକାଶ କରିଛନ୍ତି। ଶିବସେନା ମୁଖ୍ୟ ଉଦ୍ଧବ ଠାକ୍‌ରେଙ୍କ ସହ ମିଳିତ ଖବରଦାତା ସମ୍ମିଳନୀକୁ ଉଦ୍‌ବୋଧନ ଦେବା ଅବସରରେ ଶରଦ ଏଭଳି ଦୃଢୋକ୍ତି ପ୍ରକାଶ କରିଛନ୍ତି। ଏଥିସହ ଅପରାହ୍ନରେ ଅଜିତ୍‌ଙ୍କୁ ଏନ୍‌ସିପି ବିଧାୟକ ଦଳ ନେତା ପଦରୁ ବିଦା କରାଯାଇଛି। ଭାଜପା-ଏନ୍‌ସିପି ସହଯୋଗରେ ସରକାର ଗଠନ କରାଯିବାକୁ ଉଦ୍ଧବ ରାତି ଅଧିଆ ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ବୋଲି କହିଛନ୍ତି। ପୂର୍ବରୁ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଭାଜପା ସହ ଅଜିତ୍‌ଙ୍କ ସମ୍ପର୍କ ବ୍ୟକ୍ତିଗତ ଓ ଦଳର ଏଥିରେ କିଛି ନାହିଁ ବୋଲି ସ୍ପଷ୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ମାଲାମାଲ ହେବେ ୩ ରାଶି: ମିଳିବ ଫଇଦା ହିଁ ଫାଇଦା, ଧନ ସହ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ସହ ମଙ୍ଗଳଙ୍କ ନକ୍ଷତ୍ର ଗୋଚର ମଧ୍ୟ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଏହି…

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?