ସଂଘ-ସରକାର-ସଂଗଠନଙ୍କ ଅଯୋଧ୍ୟା ଯୋଜନା: କାଶୀ-ମଥୁରା ନେଇ ଦିଆଯିବନି କୌଣସି ମନ୍ତବ୍ୟ

ନୂଆଦିଲ୍ଲୀ,୭।୧୧: ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇବା ପୂର୍ବରୁ ସଂଘ(ଆର୍‌ଏସ୍‌ଏସ୍‌), ସରକାର ତଥା ବିଭିନ୍ନ ସହଯୋଗୀ ସଂଗଠନ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ଅନ୍ତର୍ଗତ ସଂଘର ସହଯୋଗୀ ସଂଗଠନ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଏବଂ ଅଖିଳ ବିଦ୍ୟାର୍ଥୀ ପରିଷଦ ସଦସ୍ୟଙ୍କୁ ସତର୍କ କରାଯାଇଛି। ରାୟ ପ୍ରକାଶ ପାଇବା ପରେ କ’ଣ କରାଯିବ ଏବଂ କେଉଁ କାର୍ଯ୍ୟ କରା ନଯିବ ସେ ନେଇ ନିର୍ଦ୍ଦେଶ ଜାରି କରାଯାଇଛି। ରାୟ ପରେ ସମସ୍ତଙ୍କୁ ବିବାଦୀୟ ମନ୍ତବ୍ୟଠାରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି। ରାୟ ପରେ କାଶୀର ବିଶ୍ୱନାଥ ମନ୍ଦିର ନିକଟରେ ଥିବା ଜ୍ଞାନବ୍ୟାପୀ ମସଜିଦ୍‌ ଏବଂ ମଥୁରାର କୃଷ୍ଣ ଜନ୍ମଭୂମି ନିକଟରେ ଥିବା ମସଜିଦ୍‌ ସମ୍ପର୍କରେ କୌଣସି ବିବାଦୀୟ ମନ୍ତବ୍ୟ ନ ଦେବାକୁ ସଂଘ ପକ୍ଷରୁ ଭାଜପା ନେତା ତଥା ଅନ୍ୟ ସଂଗଠନ ସଦସ୍ୟଙ୍କୁ ମନା କରାଯାଇଛି। ମୁସଲମାନ୍‌ ସମ୍ପ୍ରଦାୟଙ୍କ ମଧ୍ୟରେ ଦେଖାଦେଇଥିବା ଶଙ୍କା ଦୂର ପାଇଁ ସଂଘ ପ୍ରମୁଖ ମୋହନ ଭାଗଓ୍ବତଙ୍କ ସହିତ ଅନ୍ୟ ପଦାଧିକାରୀ ବିଭିନ୍ନ ମୁସଲମାନ୍‌ ନେତାଙ୍କୁ ଭେଟିବା ଜାରି ରଖିଛନ୍ତି। ରାୟ ପ୍ରକାଶ ପରେ ଭାଗଓ୍ବତ ପ୍ରଥମେ ଖବରଦାତା ସମ୍ମିଳନୀର ଆୟୋଜନ କରିବେ ବୋଲି କୁହାଯାଉଛି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିବୃତି ଦେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?