ସଂରକ୍ଷଣ ଉଠାଇବା ପାଇଁ କେନ୍ଦ୍ର ସରକାର ଚକ୍ରାନ୍ତ କରୁଛନ୍ତି: କଂଗ୍ରେସ

ଭୁବନେଶ୍ୱର,୧୫।୨(ବ୍ୟୁରୋ): କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଅନୁସୂଚିତ ଜାତି(ଏସ୍‌ସି), ଅନୁସୂଚିତ ଜନଜାତି(ଏସ୍‌ଟି) ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି)ଙ୍କ ପାଇଁ ଉଦ୍ଦିଷ୍ଟ ସଂରକ୍ଷଣ ବ୍ୟବସ୍ଥାକୁ ଉଠାଇ ଦେବାକୁ ଚକ୍ରାନ୍ତ କରୁଛି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। ଏହା ବିରୋଧରେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) କମିଟି ନିର୍ଦ୍ଦେଶକ୍ରମେ ଶନିବାର ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ଏସ୍‌ଟି,ଏସ୍‌ସି ଏବଂ ଓବିସି ସେଲ୍‌ ପକ୍ଷରୁ ରାଜ୍ୟପାଳ ଗଣେଶୀ ଲାଲଙ୍କ ପ୍ରତିନିଧିଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। କଂଗ୍ରେସର ସମସ୍ତ ପ୍ରତିନିଧିଙ୍କୁ ଏକକାଳୀନ ରାଜଭବନ ଭିତରକୁ ପ୍ରବେଶ ଅନୁମତି ନ ମିଳିବାରୁ ଫାଟକ ସମ୍ମୁଖରେ ପ୍ରତିନିଧିମାନେ ପ୍ରତିବାଦ କରିଥିଲେ। ଭୁବନେଶ୍ୱର ଡିସିପିଙ୍କ ଅନୁରୋଧ କ୍ରମେ ରାଜ୍ୟପାଳଙ୍କ ପ୍ରତିନିଧି ଫାଟକ ନିକଟକୁ ଆସି ଦାବିପତ୍ର ଗ୍ରହଣ କରିଥିଲେ।
ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ ନେତୃବୃନ୍ଦ ଓ କର୍ମୀ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଉଦ୍ଦେଶ୍ୟରେ ଏହି ଦାବିପତ୍ର ପ୍ରଦାନ କରାଯାଇଛି। ଉକ୍ତ ଦାବିପତ୍ରରେ ଏସ୍‌ସି, ଏସ୍‌ଟି ଓ ଓବିସି ଜନସାଧାରଣଙ୍କ ସୁରକ୍ଷା, ଶିକ୍ଷା, ନିଯୁକ୍ତି ଓ ପଦୋନ୍ନତି କ୍ଷେତ୍ରରେ ସମ୍ବିଧାନ ସ୍ବୀକୃତ ସଂରକ୍ଷଣ ବ୍ୟବସ୍ଥାକୁ ଦୃଢ଼ ଭାବେ କାର୍ଯ୍ୟକାରୀ ପାଇଁ ଦାବି କରାଯାଇଛି। ଦେଶ ସ୍ବାଧୀନତା ସମୟରୁ ଏହି ବର୍ଗର ଜନସାଧାରଣଙ୍କ ସାମାଜିକ ଓ ଅର୍ଥନୈତିକ ବିକାଶ ପାଇଁ ସମ୍ବିଧାନର ଅନୁଚ୍ଛେଦଗୁଡିକରେ ବ୍ୟବସ୍ଥା କରାଯାଇଛି। ତେଣୁ ଏହି ବ୍ୟବସ୍ଥାକୁ ସଠିକ୍‌ ଭାବେ କାର୍ଯ୍ୟକାରୀ କରି ଓଡ଼ିଶାରେ ବସବାସ କରୁଥିବା ବହୁଜନବର୍ଗର ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯତ୍ନବାନ ହୁଅନ୍ତୁ ବୋଲି ପ୍ରଦୀପ ମାଝୀ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଭୁଜବଳ ମାଝୀ, ବିଜୟଲକ୍ଷ୍ମୀ ସାହୁ, ବିଷ୍ଣୁଚରଣ ବାରିକ, ବାଙ୍କନିଧି ବେହେରା, ହଳଧର ସେଠୀ, ବିଦ୍ୟାଧର ଦେହୁରୀ, ଦେବେନ୍ଦ୍ର ମଲ୍ଲିକ, ଫକୀର ଖଟୁଆ, ଅଭିଷେକ ରାଉତ, ଅମୀୟ ପାଣ୍ଡବ, ପ୍ରତିମା ମଲିକ, କୈଳାସ ସାହୁ, ଦୀପକ ମହାପାତ୍ର, ଜାନକୀ ମଲ୍ଲିକ, ବିଶ୍ୱଭୂଷଣ ମହାପାତ୍ର, ଅମୀର ଭୁୟଁା, ସର୍ବେଶ୍ୱର ସେଠୀ, ତାପସ ସେଠୀ, କାଶୀନାଥ ଡାକୁଆ, ସେକ୍‌ କାଦିର୍‌, ଦେବେନ୍ଦ୍ର ପ୍ରସାଦ ଦାସ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri