Posted inଜାତୀୟ

‘ସଂରକ୍ଷଣ ବଦଳାଇବାକୁ ଚାହୁଁନାହାନ୍ତି ସରକାର’

ନୂଆଦିଲ୍ଲୀ,୨୪ା୪(ପି.ଟି.): ସଂରକ୍ଷଣ ସୁବିଧା ପାଇଆସୁଥିବା ଜାତି ତାଲିକାର ନା ସମୀକ୍ଷା କରାଯାଉଛି, ନା ସଂରକ୍ଷଣ ବ୍ୟବସ୍ଥାର ଅନ୍ତ ହେଉଛି। ଏହାକୁ ନେଇ ଦେଶରେ ସୃଷ୍ଟି ହୋଇଥିବା ଚ୍ୟାଲେଞ୍ଜର ସମ୍ମୁଖୀନ ହେବା ଲାଗି ନିର୍ବାଚିତ ସରକାରଙ୍କର କ୍ୱଚିତ ରାଜନୈତିକ ଇଚ୍ଛାଶକ୍ତି ରହିଛି। ସଂରକ୍ଷଣ ସୁବିଧା ପ୍ରକୃତ ଗରିବ ଓ ଅନଗ୍ରସର ପାଇବା ଲାଗି ଏହି ତାଲିକାରେ ସଂଶୋଧନ ହେବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ କହିଛନ୍ତି।
ସମାଜରେ ଅବହେଳିତ ଓ ପାତରଅନ୍ତରର ଶିକାର ହୋଇ ଆସୁଥିବା ଅନୁସୂଚିତ ଜାତି, ଜନଜାତି, ପଛୁଆ ବର୍ଗଙ୍କୁ ସୁବିଧା ଦେବା ଲାଗି ସଂରକ୍ଷଣ ବ୍ୟବସ୍ଥା ପ୍ରଚଳନ ହୋଇଥିଲା। ଏହାଦ୍ୱାରା ୧୦ ବର୍ଷ ମଧ୍ୟରେ ଦେଶରୁ ସାମାଜିକ ଅସମାନତା, ଅର୍ଥନୈତିକ ଅନଗ୍ରସରତା ଦୂର ହୋଇଯିବ ବୋଲି ଲକ୍ଷ୍ୟ ରଖାଯାଇଥିଲା। ପରେ ଏଥିରେ ସଂଶୋଧନ କରାଯାଇ ସମୟସୀମା ବଢ଼ାଗଲା। କିନ୍ତୁ ସମୀକ୍ଷା କରାଗଲା ନାହିଁ କି ସଂରକ୍ଷଣ ବ୍ୟବସ୍ଥାର ଅନ୍ତ ହେଲାନାହିଁ ବୋଲି ଜଷ୍ଟିସ୍‌ ଅରୁଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ ପୀଠ କହିଛନ୍ତି। ଏହା ପରିବର୍ତ୍ତେ କୋଟା ବଢ଼ାଇବା ଓ ସଂରକ୍ଷଣ ଭିତରେ ସଂରକ୍ଷଣ ଯୋଗାଇଦେବାକୁ ଦାବି ହୋଇଆସୁଛି। ଏହାକୁ ବଦଳାଇବା କୌଣସି ନିର୍ବାଚିତ ସରକାରଙ୍କ ପାଇଁ କଷ୍ଟକର ହୋଇପଡ଼ିଛି ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri