Posted inଜାତୀୟ

ସଂସଦରେ ପ୍ରଦୂଷଣକୁ ନେଇ ଚର୍ଚ୍ଚା: ବୁଝିପାରିଲେନି ସାଧାରଣ କୃଷକ

ନୂଆଦିଲ୍ଲୀ,୨୨।୧୧: ରାଜଧାନୀ ଦିଲ୍ଲୀର ପ୍ରଦୂଷଣକୁ ନେଇ ଏଥର ଗୃହରେ ହଟ୍ଟଗୋଳ କରିଛନ୍ତି ବିରୋଧି। ତେବେ ହରିୟାଣା, ପଞ୍ଜାବ ଓ ଏହାର ଆଖପାଖରେ କୃଷକମାନେ ନଡା ଜାଳୁଥିବାରୁ ଏହାଦ୍ୱାରା ଦିଲ୍ଲୀର ପ୍ରଦୂଷଣ ବଢୁଛି ବୋଲି କୁହାଯାଉଥିଲା। ଏହାକୁ ନେଇ ଏଥର ସଂସଦର ଶୀତ କାଳିନ ଅଧିବେଶନରେ ଚର୍ଚ୍ଚା ହୋଇଥିଲା। ତେବେ ସମସ୍ତ ଆଲୋଚନା ଇଂରାଜୀରେ ହୋଇଥିବାରୁ କୃଷକମାନେ ଏହାକୁ ବୁଝି ପାରି ନ ଥିଲେ ବୋଲି ଭାରତୀୟ ଜନତା ପାର୍ଟି ଏମ୍‌ପି ଲେପ୍ଟନାଣ୍ଟ ଜେନରାଲ ଡିପି ବତ୍ସ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଏହି ଆଲୋଚନାକୁ ନେଇ ଏବେ କୃଷକମାନେ ଦ୍ୱନ୍ଦ୍ୱରେ ପଡିଛନ୍ତି ଯେ ଏଥିଲାଗି ତାଙ୍କୁ ପ୍ରଶଂସା କରାଯାଇଛି ନା ସମାଲୋଚନା। କାରଣ ସେମାନେ ଇଂରାଜୀ ବୁଝନ୍ତି ନାହିଁ। ବତ୍ସଙ୍କ ଏକଥା ଶୁଣିବା ପରେ ସଂସଦରେ ଉପସ୍ଥିତ ଥିବା ସମସ୍ତ ସଦସ୍ୟଙ୍କ ମୁହଁରେ ହସ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

‘ସମସ୍ତ ଏମ୍‌ପି ଏପ୍ରିଲ ୧୬ ରୁ ୧୮ ପର୍ଯ୍ୟନ୍ତ ସଂସଦରେ ରହିବା ଜରୁରୀ’; ହ୍ବିପ ଜାରି କଲା ଭାଜପା

ନୂଆଦିଲ୍ଲୀ,୧୨।୪: ଭାରତୀୟ ଜନତା ପାର୍ଟି (ଭାଜପା) ଆଗାମୀ ସ୍ବତନ୍ତ୍ର ସଂସଦୀୟ ଅଧିବେଶନ ସମ୍ପର୍କରେ ଏହାର ସମସ୍ତ ଏମ୍‌ପିଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛି। ଲୋକ ସଭା ଏବଂ…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri