ସଂସ୍କାର ଧାରାରୁ ଫାଇଦା ମିଳିବ:ମୋଦି

ନୂଆଦିଲ୍ଲୀ,୩।୬: ଭାରତ ନିଶ୍ଚିତ ପକ୍ଷେ ଏହାର ଅଭିବୃଦ୍ଧି ପଥକୁ ଫେରିବ। ଲକ୍‌ଡାଉନ ସମୟରେ ସରକାର ଯେଉଁ ସଂସ୍କାର ଧାରା ଗ୍ରହଣ କରିଛନ୍ତି ତା’ର ଲାଭ ଅର୍ଥ ବ୍ୟବସ୍ଥାକୁ ମିଳିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଦେଶକୁ ପୁଣି ଥରେ ଛିଡା କରିବା ଲାଗି ସରକାର ଏବଂ ଶିଳ୍ପ ଜଗତ ମିଳିତ ହୋଇ କାମ କରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଜଣାଛନ୍ତି। କନ୍‌ଫେଡେରେଶନ ଅଫ୍‌ ଇଣ୍ଡିଆନ୍‌ ଇଣ୍ଡଷ୍ଟ୍ରିଜ (ସିଆଇଆଇ)ର ବାର୍ଷିକ ସାଧାରଣ ବୈଠକରେ ଉଦ୍‌ବୋଧନ ଦେଇ ସେ କହିଛନ୍ତି ଯେ, ଅର୍ଥ ବ୍ୟବସ୍ଥା ସାମ୍ନାରେ ଆସୁଥିବା ସବୁ ସମସ୍ୟାକୁ ସାମ୍ନା କରିବାକୁ ପଡିବ। ସଙ୍କଟ ସମୟ ପରିଚାଳନା ଏବଂ ଅସୁବିଧାରୁ ବାହାରକୁ ଆସିବାର କ୍ଷମତା ଭାରତ ନିକଟରେ ରହିଛି। ଭାରତର ଟେକ୍ନୋଲୋଜି ଏବଂ ଦକ୍ଷତାକୁ ନେଇ ଗର୍ବିତ ।କୃଷକ, ଏମ୍‌ଏସ୍‌ଏମ୍‌ଇ, ଏଣ୍ଟରପ୍ରିନ୍ୟୋର ଏବଂ ଶିଳ୍ପ ଲିଡରଙ୍କ ଉପରେ ଭରସା ରହିଥିବା ବୋଲି ପ୍ରଧାନମନ୍ତ୍ରୀ ସେ ମତ ରଖିଛନ୍ତି। ମେକ୍‌ ଇନ୍‌ ଇଣ୍ଡିଆ ପ୍ରଡକ୍ଟକୁ ବିଶ୍ୱ ସ୍ତରକୁ ନେବା, ନିଯୁକ୍ତି ସୃଷ୍ଟିରେ ଯୋଗଦାନ ଉପରେ କମ୍ପାନୀଗୁଡିକ କାମ କରୁଛନ୍ତି। ଅର୍ଥ ବ୍ୟବସ୍ଥାକୁ ଦୃଢ କରିବା ଲାଗି ସରକାର ଯୋଜନା ହାତକୁ ନେଉଛନ୍ତି। ଆତ୍ମନିର୍ଭର ଭାରତ ଯୋଜନା ଦ୍ୱାରା ଭାରତ ବିଶ୍ୱସ୍ତରରେ ନିଜକୁ ଏକ ପ୍ରମୁଖ ସ୍ଥାନରେ ରଖିପାରିବ ବୋଲି ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର

ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri