ସଂସ୍କୃତି ମନ୍ତ୍ରୀଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଲା କଂଗ୍ରେସ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆଣିଛି କଂଗ୍ରେସ। ସେ ମନ୍ତ୍ରୀପଦର ଅପବ୍ୟବହାର କରିଥିବା ନେଇ ବୁଧବାର କଂଗ୍ରେସ ଭବନରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ନେତା ସତ୍ୟପ୍ରକାଶ ନାୟକ ପାଣିଗ୍ରାହୀ ଅଭିଯୋଗ ଆଣିଛନ୍ତି।

ସତ୍ୟପ୍ରକାଶଙ୍କ ଅଭିଯୋଗ ଅନୁଯାୟୀ, ଅକ୍ଟୋବର ୪ରେ ‘ଟୁରିଜିମ୍‌ ରୋଡ୍‌ ଶୋ’ରେ ଭାଗ ନେବା ପାଇଁ ମନ୍ତ୍ରୀ ହାଇଦ୍ରାବାଦ ଯାଇଥିଲେ। ତାଙ୍କ ସହ ୨ଜଣ ମହିଳାଙ୍କୁ ନେଇଥିଲେ। ସମ୍ପୃକ୍ତ ମହିଳାଙ୍କ ବିମାନ ଓ ହୋଟେଲ ବାବଦ ଖର୍ଚ୍ଚ ମନ୍ତ୍ରୀ ସରକାରୀ ଅର୍ଥରେ ଖର୍ଚ୍ଚ କରିଛନ୍ତି। ଏପରିକି ଉକ୍ତ ଦୁଇମହିଳା କିଏ ବୋଲି ସେ ପ୍ରଶ୍ନ କରିଛନ୍ତି। ମନ୍ତ୍ରୀ ତାଙ୍କ ବ୍ୟକ୍ତିଗତ ବନ୍ଧୁଙ୍କ ପାଇଁ କିଭଳି ସରକାରୀ ଅର୍ଥ ଖର୍ଚ୍ଚ କଲେ ସେ ନେଇ ସେ ମଧ୍ୟ ପ୍ରକାଶ କରିଛନ୍ତି। ଘଟଣାରେ ମୁଖ୍ୟମନ୍ତ୍ରୀ ସ୍ପଷ୍ଟିକରଣ ଦିଅନ୍ତୁ ବୋଲି ସେ କହିବା ସହ ମନ୍ତ୍ରୀଙ୍କୁ ବରଖାସ୍ତ କରାଯାଉ ବୋଲି ସେ କହିଛନ୍ତି।

ତେବେ ଏଭଳି ଅଭିଯୋଗକୁ ମନ୍ତ୍ରୀ ଖଣ୍ଡନ କରିବା ସହ ଏହାକୁ ମିଛ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀକ୍ଷେତ୍ରପୁରୀ-ଶାବର ଶ୍ରୀକ୍ଷେତ୍ର ସ୍ପେଶାଲ ଟ୍ରେନ ଚଳାଚଳ ଆଜି, ଉଦଘାଟନ କରିବେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା, ୬।୭,( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ରପୁରୀରୁ ଶାବର ଶ୍ରୀକ୍ଷେତ୍ର କୋରାପୁଟ ସ୍ପେସିଆଲ ଏକ୍ସପ୍ରେସ ଟ୍ରେନ ନ .୦୮୪୦୯ ଟ୍ରେନକୁ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ…

ବର୍ଷାରେ ବେହାଲ ବରଗଡ଼ ସହର, ତଳି ଅଞ୍ଚଳ ଜଳମଗ୍ନ

ବରଗଡ଼,୬।୭,(ପ୍ରେମାନନ୍ଦ ଖମାରୀ): ବିିକଶିତ ବରଗଡ଼ ଲକ୍ଷ୍ୟ ନେଇ ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହୋଇଛି। ସେଠାରେ ଡ୍ରେନ ନିର୍ମାଣ କରାଯାଇଛି। କେଉଁଠି ଡ୍ରେନ ନିର୍ମାଣ ସରିଛି ତ ଆଉ…

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ।…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri