ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆଜି ୮ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ ହେବାରେ ଲାଗିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବୁଧବାର ମାଲକାନଗିରି, କୋରାପୁଟ ଓ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁଥିବାବେଳେ ଗଞ୍ଜାମ, ପୁରୀ, ରାୟଗଡ଼ା, କନ୍ଧମାଳ ଓ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହେବ। ଏ ସମସ୍ତ ଜିଲାକୁ ୟୋଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ କନ୍ଧମାଳ ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଗୁରୁବାର ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, ପୁରୀ, ଖୋର୍ଦ୍ଧା ଓ କଟକରେ ପ୍ରବଳ ବର୍ଷା ହେବ। ଏ ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଶୁକ୍ରବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଆଦି ୫ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏ ସମସ୍ତ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri