ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆଜି ୮ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୩-୧୦(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର, ତାମିଲନାଡ଼ୁ ଉପକୂଳରେ ସୃଷ୍ଟି ଘୂର୍ଣ୍ଣିବଳୟ ସକ୍ରିୟ ହେବାରେ ଲାଗିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବୁଧବାର ମାଲକାନଗିରି, କୋରାପୁଟ ଓ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁଥିବାବେଳେ ଗଞ୍ଜାମ, ପୁରୀ, ରାୟଗଡ଼ା, କନ୍ଧମାଳ ଓ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହେବ। ଏ ସମସ୍ତ ଜିଲାକୁ ୟୋଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ କନ୍ଧମାଳ ଜିଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଗୁରୁବାର ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, ପୁରୀ, ଖୋର୍ଦ୍ଧା ଓ କଟକରେ ପ୍ରବଳ ବର୍ଷା ହେବ। ଏ ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଶୁକ୍ରବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଆଦି ୫ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏ ସମସ୍ତ ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ବାଜିଲା ବିଗୁଲ। ବହୁ ଚର୍ଚ୍ଚିତ ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଏପ୍ରିଲ ୧୭ ତାରିଖରେ ଏହି ଉପନିର୍ବାଚନ...

ଶ୍ୱଶୁର ଘରେ ଜ୍ୱାଇଁଙ୍କୁ ହତ୍ୟା: ୩ ମୁଖ୍ୟ ଅଭିଯୁକ୍ତ ଗିରଫ

ବରୀ/ରତ୍ନଗିରି,୧୨ା୭(ସ୍ବ.ପ୍ର./ଡି.ଏନ୍‌.ଏ.): ବରୀ ଥାନା ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜ୍ୱାଇଁ ଶ୍ୱଶୁର ଘରକୁ ଆସିଥିବାବେଳେ କୌଣସି କାରଣରୁ ବଚସା...

କଟକବାସୀଙ୍କୁ ଡରାଇଲାଣି କରୋନା: ୨୦୦ ଡେଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୮।୭- କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଶହ ପାର କରିଛି। ବୁଧବାର ଏହି ସଂଖ୍ୟା ୨୦୨ରେ ପହଞ୍ଚିଛି। ମଙ୍ଗଳବାର ସହରରୁ ୪ଜଣ ଆକ୍ରାନ୍ତ...

ସରିଲା ଶ୍ରୀଅଙ୍ଗ ଫିଟା ନୀତି: ମହାପ୍ରଭୁଙ୍କୁ ଆଜି ଫୁଲୁରୀ ତେଲ ଲାଗି

ପୁରୀ ଅଫିସ, ୨୨ା୬: ସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ଚତୁର୍ଦ୍ଧାବିଗ୍ରହ। ଅଣସର ଘରେ ଚାଲିଛି ଗୁପ୍ତ ସେବା।...

ପାକୁଙ୍କ ୨.୩୪ କୋଟିର ସମ୍ପତ୍ତି ଜବତ

ଖୋର୍ଦ୍ଧା ଅଫିସ, ୨୬ା୧୧: ଭୁବନେଶ୍ୱର କମିଶନରେଟ ପୋଲିସର ହ୍ବାଇଟ୍‌ ସ୍ପାଇଡର ଅପରେଶନ ପରେ ଖୋର୍ଦ୍ଧା ପୋଲିସ ସ୍କାନରରେ ଏବେ ନିଶା ବେପାରୀ। ବ୍ରାଉନସୁଗାର ବେପାରକରି ରାତାରାତି...

ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ତାଲା

ଖଇରା, ୧୨।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାଦିକପୁର ୟୁଜିୟୁପି ସ୍କୁଲର ବିଜ୍ଞାନ ଶିକ୍ଷକଙ୍କୁ ବଦଳି ପ୍ରତିବାଦରେ ଗୁରୁବାର ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇ ବିରୋଧ...

ଶ୍ରୀଲିଙ୍ଗରାଜ ମନ୍ଦିର ଅଁଳାବେଢ଼ାରେ ମହୁଫେଣା ବିପଦ

ପୁରୁଣା ଭୁବନେଶ୍ୱର,୧୮।୨(ଡି.ଏନ୍‌.ଏ.):  ମହାଶିବରାତ୍ରିରେ ସମର୍ଥା ସେବାୟତ ପରମ୍ପରା ଅନୁଯାୟୀ ମନ୍ଦିର ଚୁଡ଼ାକୁ ମହାଦୀପ ଉଠାଇଥାନ୍ତି। ପ୍ରତିବର୍ଷଭଳି ଚଳିତବର୍ଷ ମଧ୍ୟ ସମସ୍ତ ପ୍ରସ୍ତୁତି ଆଗେଇ ଚାଲିଥିବାବେଳେ ମନ୍ଦିର...

ବିଜେପୁର ପ୍ରାର୍ଥୀ ଚୟନରେ ମୁଖ୍ୟମନ୍ତ୍ରୀ ନେବେ ଚୂଡ଼ାନ୍ତ ନିଷ୍ପତ୍ତି : ସଞ୍ଜୟ

ଭୁବନେଶ୍ୱର,୨୨।୯(ବ୍ୟୁରୋ): ଅକ୍ଟୋବର ୨୧ରେ ବିଜେପୁର ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ କମିଶନଙ୍କ ପକ୍ଷରୁ ତାରିଖ ଘୋଷଣା ପରେ ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା...

Advertisement
Archives

Model This Week