ସଙ୍କଟରେ ୩ ବିଶ୍ୱ ରେକର୍ଡ

ଲିଡ୍ସ,୫।୭- ଏଠାରେ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ବିଶ୍ୱକପ୍‌ ଲିଗ୍‌ ମ୍ୟାଚ୍‌ରେ ଭାରତୀୟ ଦଳର ଉପ ଅଧିନାୟକ ରୋହିତ ଶର୍ମାଙ୍କ ନିକଟରେ ୩ ବିଶ୍ୱ ରେକର୍ଡ ଅଧିକାରୀ ହେବାର ସୁଯୋଗ ରହିଛି। ରୋହିତ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ୯୦.୬୬ ଆଭରେଜରେ ୪ ଶତକ ସହ ୫୪୪ ରନ୍‌ କରିସାରିଛନ୍ତି। ସେ ଏବେ ଚଳିତ ବିଶ୍ୱକପ୍‌ରେ ସର୍ବାଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନ। ଆଗାମୀ ମ୍ୟାଚ୍‌ରେ ଶତକ ଲଗାଇବାରେ ସଫଳ ହେଲେ ରୋହିତ ବିଶ୍ୱକପ୍‌ର ଗୋଟିଏ ସଂସ୍କରଣରେ ସର୍ବାଧିକ ଶତକ ଲଗାଇବାର ରେକର୍ଡ ଅଧିକାରୀ ହେବେ। ବିଶ୍ୱକପ୍‌ର ଗୋଟିଏ ସିଜନରେ ସର୍ବାଧିକ ରନ୍‌ କରିବାର ରେକର୍ଡ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର (୬୭୩)ଙ୍କ ନାମରେ ରହିଛି। ଏହି ରେକର୍ଡ ଭଙ୍ଗ କରିବା ଲାଗି ରୋହିତଙ୍କୁ ଆଉ ୧୨୯ ରନ୍‌ ଦରକାର। ଫର୍ମକୁ ଦେଖିଲେ ବଳକା ଦୁଇଟି ମ୍ୟାଚ୍‌ରେ ୩୦ ବର୍ଷୀୟ ବ୍ୟାଟ୍ସମ୍ୟାନ ନିଶ୍ଚିତ ଉକ୍ତ ରେକର୍ଡକୁ ନିଜ ନାମରେ କରିବେ। ଏହାବାଦ୍‌ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ସର୍ବାଧିକ ସ୍କୋର କରିଥିବା ରେକର୍ଡ ସଚିନଙ୍କ ନାମରେ ରହିଛି। ସଚିନ ୨୦୦୩ ବିଶ୍ୱକପ୍‌ରେ ୯ ମ୍ୟାଚ୍‌ରେ ୫୮୬ ରନ୍‌ କରିଥିଲେ। ଚଳିତ ଥର ରୋହିତ ୭ ମ୍ୟାଚ୍‌ରୁ ୫୪୪ ରନ୍‌ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ସଚିନଙ୍କୁ ଅତିକ୍ରମ କରିବା ଲାଗି ରୋହିତଙ୍କୁ ୪୨ ରନ୍‌ ଦରକାର। ଏହି ମ୍ୟାଚ୍‌ କେବଳ ରୋହିତଙ୍କ ପାଇଁ ନୁହେଁ ବରଂ ସେମିଫାଇନାଲ ସ୍ଥାନ ପକ୍କା କରି ସାରିଥିବା ଭାରତୀୟ ଦଳ ଲାଗି ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ଶ୍ରୀଲଙ୍କାକୁ ହରାଇଲେ ଭାରତ ପଏଣ୍ଟ ତାଲିକାର ଶୀର୍ଷ ଅଧିକାର କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri