ସଙ୍କଟ ଟାଳିବ ସଚେତନତା: ଜିଲାପାଳ

ଢେଙ୍କାନାଳ ଅଫିସ, ୫।୪-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ସମସ୍ତଙ୍କ ପାଇଁ ସତର୍କ ଘଣ୍ଟି ବଜାଇଛି। ସତର୍କତା, ସଚେତନତା, ସାମାଜିକ ଦୂରତ୍ୱ ହିଁ ଏହି ମହାମାରୀ କବଳରୁ ରକ୍ଷା କରିପାରିବ। ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ସଚେତନତା ସୃଷ୍ଟି କରିବା ଦିଗରେ ସ୍ବେଚ୍ଛାସେବୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। ସେମାନଙ୍କ ନିଷ୍ଠା, ଦଳଗତ କାର୍ଯ୍ୟ କରୋନା ବିରୋଧୀ ଲଢ଼େଇରେ କାମରେ ଆସିବ ବୋଲି କହିଛନ୍ତି ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା। ଜିଲା କାର୍ଯ୍ୟାଳୟ ଓସ୍‌ୱାନ ହଲରେ ଶନିବାର ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଜିଲାର ଏନ୍‌ଜିଓ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା ଅବସରରେ ଜିଲାପାଳ ଏପରି ଆହ୍ବାନ ଦେଇଛନ୍ତି।
ଏପରି ସଙ୍କଟ ପରିସ୍ଥିତିରେ ପରିବେଶ ସଫାସୁତରା ରଖିବା, ଅସହାୟଙ୍କୁ ଆବଶ୍ୟକ ସହାୟତା ଯୋଗାଇବା, ସେମାନଙ୍କ ମନୋବଳ ବୃଦ୍ଧି କରିବା, ସାମାଜିକ ଦୂରତା ବଜାୟ ରଖିବା ଦିଗରେ ସଚେତନ କରାଇବା, ଫେରନ୍ତା ଶ୍ରମିକଙ୍କୁ ଚିହ୍ନଟ, ଅପପ୍ରଚାର କରୁଥିବା ବ୍ୟକ୍ତିଙ୍କ ଉପରେ ନଜର ରଖିବା ଗୁରୁତ୍ୱପୂର୍ଣ୍ଣ। ଏହାକୁ ସ୍ବେଚ୍ଛାସେବୀମାନେ ଭଲ ଭାବେ ତୁଲାଇପାରିବେ ବୋଲି ଜିଲାପାଳ ଆଶାବ୍ୟକ୍ତ କରିଥିଲେ। କରୋନା ରୋଗୀଙ୍କ ଚିକିତ୍ସା ଲାଗି ଗ୍ରାମାଞ୍ଚଳରେ ୨୧୨ ଏବଂ ସହରାଞ୍ଚଳରେ ୭ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ଖୋଲାଯାଇଛି। କରୋନା ସନ୍ଦିଗ୍ଧ ଲଜ୍ଜାବୋଧ ନ କରି ନିଜେ ଆଗକୁ ଆସିବା ଉଚିତ ବୋଲି ଜିଲାପାଳ ପରାମର୍ଶ ଦେଇଛନ୍ତି। ଲକ୍‌ଡାଉନ ନିୟମ ଉଲ୍ଲଂଘନକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ, ସାମାଜିକ ଦୂରତ୍ୱ ରକ୍ଷା ନ କଲେ ସାପ୍ତାହିକ ହାଟକୁ ସ୍ଥାନାନ୍ତର କିମ୍ବା ବନ୍ଦ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ(ପ୍ରଶାସନ), ଅତିରିକ୍ତ ଜିଲାପାଳ ସୌଦାମିନୀ ସେଠି(ରାଜସ୍ବ), ପିଡି ଡିଆରଡିଏ ନରୋତ୍ତମ ବେହେରା, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରଞ୍ଜନ କୁମାର ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri