ସଙ୍କଟ ବଢ଼ାଇବେ ସ୍ଥାନୀୟ ଆକ୍ରାନ୍ତ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮ରେ ପହଞ୍ଚତ୍ଛି। କିନ୍ତୁ ଏପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ହୋଇ ନ ଥିବା ରାଜ୍ୟ ସରକାର କହିଛନ୍ତି। କାରଣ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅଧିକାଂଶ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଠାବ କରାଯାଉଛି। ହେଲେ ପ୍ରତିଦିନ ଆସୁଥିବା ପଜିଟିଭ୍‌ ରିପୋର୍ଟରେ ଲୋକାଲ କେସ୍‌ (ସ୍ଥାନୀୟ ଆକ୍ରାନ୍ତ) ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୧୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାରୁ ୫୩ଜଣ ସ୍ଥାନୀୟ (କ୍ୱାରାଣ୍ଟାଇନ୍‌ ବାହାର) ଆକ୍ରାନ୍ତ ରହିଥିବା ଜଣାପଡ଼ିଛି। ସେମାନେ କାହା ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି ତାହାର ସ୍ପଷ୍ଟ ସୂଚନା ଦିଆଯାଉ ନ ଥିବାରୁ ଆଗାମୀ ଦିନରେ ଗାଁଠୁ ସହର ସବୁଠି ସଙ୍କଟଜନକ ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଅନ୍ୟପକ୍ଷରେ ନମୁନା ରିପୋର୍ଟ ଆସିବା ପୂର୍ବରୁ ସମ୍ପୃକ୍ତ ପ୍ରବାସୀମାନେ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଘରକୁ ପଳାଉଥିବାରୁ ଏମାନଙ୍କୁ ନେଇ ପ୍ରଶାସନର ଚିନ୍ତା ବଢ଼ିଛି।
ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ତଥ୍ୟ ଅନୁସାରେ, ୧୯ ତାରିଖରେ ୫ ଲୋକାଲ କେସ୍‌ ଚିହ୍ନଟ ହୋଇଥିବା ବେଳେ ୨୦ରେ ୩, ୨୧ରେ ୩, ୨୨ରେ ୬, ୨୩ରେ ୭, ୨୪ରେ ୮, ୨୫ରେ ୭, ୨୬ରେ ୮, ୨୭ରେ ୨, ୨୮ରେ ୨ ଓ ୨୯ ତାରିଖରେ ୨ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଗତ୨୪ଘଣ୍ଟାରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବି ୧୦ ଲୋକାଲ କେସ୍‌ ରହିଛି। ଏମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ାରୁ ସର୍ବାଧିକ ୬ଜଣ ଥିବାବେଳେ ବଲାଙ୍ଗୀରରୁ ୨, ବରଗଡ଼ ଓ କଟକରୁ ଜଣେ ଲେଖାଏ ରହିଛନ୍ତି। ପ୍ରତିଦିନ ଲୋକାଲ କେସ୍‌ ପଜିଟିଭ୍‌ ବାହାରୁଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ବର୍ତ୍ତମାନ ଲକ୍‌ଡାଉନ୍‌ ଉଠିଯାଇଛି। ତେଣୁ ଲୋକେ ଖୋଲାଖୋଲି ବୁଲିପାରୁଛନ୍ତି। ଫଳରେ ସଂକ୍ରମଣର ଅଧିକ ସମ୍ଭାବନା ରହିଛି। ସେପଟେ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଉଛି। କିନ୍ତୁ ଯେଉଁମାନେ ଲୋକାଲ କେସ୍‌ରେ ଚିହ୍ନଟ ହେଉଛନ୍ତି ସେମାନଙ୍କ ସବିଶେଷ ତଥ୍ୟ ସରକାର ଦେଉନାହାନ୍ତି। ପୂର୍ବରୁ ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଜାରି କରାଯାଉଥିଲା ବର୍ତ୍ତମାନ ତାହା ହେଉନି। ବିଶେଷକରି ଲୋକାଲ୍‌ କେସ୍‌ ବା ସ୍ଥାନୀୟ ଆକ୍ରାନ୍ତଙ୍କ ହିଷ୍ଟ୍ରି ସମ୍ପର୍କରେ ସରକାର ସୂଚନାଦେବା ଜରୁରୀ ବୋଲି ମତ ପ୍ରକାଶ ପାଇଛି। କେଉଁ କାରଣରୁ ଓ କାହା ସଂସ୍ପର୍ଶରେ ଆସି ସେମାନେ ସଂକ୍ରମିତ ହୋଇଛନ୍ତି ବିଭାଗ ସେ ନେଇ ସବିଶେଷ ତଥ୍ୟ ଦେବା ପାଇଁ ଦାବି ହେଉଛି।
ଅନ୍ୟପଟେ ଏହି ଲୋକାଲ କେସ୍‌ ମଧ୍ୟରେ ଅନେକ କରୋନା ଯୋଦ୍ଧା କୋଭିଡ୍‌-୧୯ ଦ୍ୱାରା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଡାକ୍ତରଠାରୁ ଆରମ୍ଭ କରି ନର୍ସ, ପୋଲିସ, ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀ, ସରପଞ୍ଚ, ଶିକ୍ଷକ ଓ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ କାର୍ଯ୍ୟରତ ଅନ୍ୟମାନେ ମଧ୍ୟ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କାର୍ଯ୍ୟ କରିବା ସମୟରେ ଏହି କରୋନା ଯୋଦ୍ଧାମାନେ ସୁରକ୍ଷା ଉପକରଣ ବ୍ୟବହାର ସହ ସତର୍କ ରହୁଥିବାବେଳେ କିପରି ସଂକ୍ରମିତ ହେଉଛନ୍ତି ତାହାକୁ ନେଇ ନାନା ପ୍ରଶ୍ନ ଉଠୁଛି। ବୁଦ୍ଧିଜୀବୀଙ୍କ କହିବାନୁଯାୟୀ, ଯଦି କରୋନା ଯୋଦ୍ଧା ସବୁ ପ୍ରକାର ସୁରକ୍ଷିତ ବ୍ୟବସ୍ଥା ମଧ୍ୟରେ ରହି ମଧ୍ୟ ତାଙ୍କୁ କରୋନା ସଂକ୍ରମିତ କରିପାରୁଛି, ତେବେ ବାହାରୁ ଚିହ୍ନଟ ସଂକ୍ରମିତଙ୍କ ଦ୍ୱାରା ଆହୁରି ବହୁ ସଂକ୍ରମଣ ହୋଇଥିବା ଜଣାପଡୁଛି। ସବୁ ସଂକ୍ରମିତଙ୍କୁ ଠାବ କରିବା ସବୁଠୁ ବଡ଼ ଚ୍ୟାଲେଞ୍ଜ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri