ଅନୁଗୋଳ ଅଫିସ, ୧୨।୪ – ଦିଲ୍ଲୀର ନିଜାମୁଦ୍ଦିନ୍ ମରକଜ ଧର୍ମଗୁରୁମାନଙ୍କ ସଂସ୍ପର୍ଶରେ ଆସି କ୍ୱାରାଣ୍ଟାଇନ୍ ବା ସଙ୍ଗରୋଧରେ ଥିବା ଅନୁଗୋଳ ଜିଲାର ୩୬ ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକଙ୍କୁ ଘରକୁ ପଠାଇ ଦିଆଯାଇଛି। ସେମାନଙ୍କ ସ୍ବାବ ଓ ରକ୍ତ ନମୁନା ରିପୋର୍ଟ ନେଗେଟିଭ୍ ଆସିବା ପରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ତେବେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନିଜ ଘରେ କ୍ବାରାଣ୍ଟାଇନ୍ରେ ରହିବାକୁ ସେମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜିଲାପାଳ ମନୋଜ କୁମାର ମହାନ୍ତି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ଦିଲ୍ଲୀ ମରକଜ୍ରୁ କେତେଜଣ ମହିଳା ଓ ପୁରୁଷ ଧର୍ମଗୁରୁ ଗତ ମାର୍ଚ୍ଚ ୧୫ରୁ ୨୦ ମଧ୍ୟରେ ଅନୁଗୋଳ, ନାଲ୍କୋ ଓ ତାଳଚେର ଅଞ୍ଚଳକୁ ଆସିଥିଲେ। ସେମାନେ କେତେଜଣଙ୍କ ଘରେ ରହିବା ସହ ସ୍ଥାନୀୟ ମସଜିଦ୍କୁ ମଧ୍ୟ ଯାଇଥିଲେ। ଏ ନେଇ ତନାଘନା ପରେ ପ୍ରଶାସନ ସନ୍ଦେହରେ ୩୬ ଜଣଙ୍କୁ କ୍ବାରାଣ୍ଟାଇନ୍ରେ ରଖିଥିଲା। ଶନିବାର ଅପରାହ୍ନରେ ସେମାନଙ୍କ ରିପୋର୍ଟ ନେଗେଟିଭ୍ ଆସିଥିଲା। ତେବେ ହୋମ୍ କ୍ୱାରାଣ୍ଟାଇନ୍ରେ ନ ରହିଲେ ପ୍ରଶାସନ ପୁଣି ସେମାନଙ୍କୁ ଉଠାଇ ଆଣି କ୍ୱାରାଣ୍ଟାଇନ୍ ସେଣ୍ଟରରେ ରଖିବ ବୋଲି ଚେତାବନୀ ଦେଇଥିବା ଜଣାପଡ଼ିଛି। ଅପରପକ୍ଷରେ ସମ୍ପୃକ୍ତ ସନ୍ଦିଗ୍ଧମାନଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ଜିଲାବାସୀ ଆଶ୍ୱସ୍ତ ହୋଇଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର View All
ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…
ବସ୍ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…
ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ
ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…
ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍, ମରାମତି ହେଲା ‘ମରଣଯନ୍ତା’
ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…
ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…
ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….
ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…
ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍, ଆଉ ତା’ପରେ…
କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…
କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…
ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…
Archives

