ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଶିକ୍ଷକଙ୍କୁ ଆକ୍ରମଣ ଘଟଣା,୪ ଜଣଙ୍କ ନାମରେ ମାମଲା

ଖଇରା,୨୫।୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ତୋଟାପଡ଼ା ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଖେଳ ଶିକ୍ଷକ ଲକ୍ଷ୍ମୀଧର ପରିଡ଼ାଙ୍କୁ ରବିବାର ମରଣାନ୍ତକ ଆକ୍ରମଣ ହୋଇଥିଲା। ଏହି ଘଟଣାରେ ସିମୁଳିଆ ଥାନା ପୋଲିସ ସୋମବାର ୪ ଜଣ ଗଗନଧୂଳି ଗ୍ରାମର ଦୀପକ ମାଝି, ନାରାୟଣ ମାଝି, ବିକାଶ ମାଝି ଓ ବସନ୍ତ ଦାସଙ୍କ ନାମରେ ଏକ ମାମଲା(୧୧୭/୨୦) ରୁଜୁ କରିଛି। ତେବେ ଘଟଣାକୁ ୨୪ଘଣ୍ଟା ବିତିଯାଇଥିଲେ ହେଁ ପୋଲିସ କାହାକୁ ଗିରଫ କରି ନାହିଁ। ଅନ୍ୟପଟେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରା ନ ଗଲେ ସମସ୍ତ ଶିକ୍ଷକ କୋଭିଡ-୧୯ ମୁକାବିଲା କାର୍ଯ୍ୟକୁ ବର୍ଜନ କରିବାକୁ ଖଇରା ଶିକ୍ଷକ ସମନ୍ବୟ ସମିତିର ସଭାପତି ରାଧାକାନ୍ତ ପଣ୍ଡା ଓ ସମ୍ପାଦକ ବିଜୟ ଦ୍ବିବେଦୀ ବାଲେଶ୍ବର ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଛନ୍ତି।
ପ୍ରକାଶ ଯେ, ଗଗନଧୂଳୀ ଗ୍ରାମର ରମାକାନ୍ତ ମାଝି ଓ ଗୋଲକ ମାଝି ବମ୍ବେରୁ ଆସି ତୋଟାପଡ଼ା କେନ୍ଦ୍ରରେ ସଙ୍ଗରୋଧରେ ରହିଥିଲେ। ସେମାନେ ମାର୍କୋଣାରୁ ତୋଟାପଡ଼ା ଆସିବା ପାଇଁ ବ୍ୟବହାର କରିଥିବା ବାଇକକୁ ସଙ୍ଗରୋଧ କେନ୍ଦ୍ରରେ ବିଶୋଧନ ପାଇଁ ରଖାଯାଇଥିଲା। ତେବେ ବିଶୋଧନ ପରେ ବାଇକକୁ ଘରକୁ ନେବାକୁ ରମାକାନ୍ତ ଓ ଗୋଲକଙ୍କ ପୁତ୍ର ଲକ୍ଷ୍ମୀଧରଙ୍କୁ କହିଥିଲେ। ମାତ୍ର ଲଷ୍ମୀଧର ଏଥିରେ ରାଜି ନ ହେବାରୁ ସେମାନେ ମାଡ଼ ମାରିଥିଲେ। ଲକ୍ଷ୍ମୀଧର ଆହତ ହୋଇ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସିମୁଳିଆ ଥାନା ଆଇଆଇସି ପର୍ଶୁରାମ ସାହୁଙ୍କୁ ଗିରଫ ସମ୍ପର୍କରେ ପଚାରିବାରୁ ସେମାନେ ଫେରାର ଥିବାରୁ ଗିରଫ କରାଯାଇପାରୁ ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri