ସଙ୍ଗରୋଧ କେନ୍ଦ୍ର ପାଚେରି ଡେଇଁ ବନ୍ଧରେ ଗାଧୋଇଲେ

କବିସୂର୍ଯ୍ୟନଗର,୮ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ସହରର ମର୍ଦ୍ଦରାଜ ହାଇସ୍କୁଲ, ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, କବିସୂର୍ଯ୍ୟ ବଳଦେବ ବିଜ୍ଞାନ ମହାବିଦ୍ୟାଳୟରେ ସଙ୍ଗରୋଧ ଗୃହ କରାଯାଇଛି। ମର୍ଦ୍ଦରାଜ ହାଇସ୍କୁଲ ସଙ୍ଗରୋଧ ଗୃହର ଜଣେ ଓ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ୩ ଜଣ ସୁରଟ ଫେରନ୍ତା ଗୁରୁବାର ପାଚେରି ଡେଇଁ ମେରୁବନ୍ଧରେ ଗାଧୋଉଥିଲେ। ପୋଲିସ ଖବର ପାଇବା ପରେ ସେମାନଙ୍କୁ ଘଉଡାଇ ନେଇ ଉକ୍ତ ସଙ୍ଗରୋଧ ଗୃହରେ ଛାଡିଥିଲା। ଏଥିସହ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ସଙ୍ଗରୋଧ ଗୃହର ଅନ୍ୟଜଣେ ସୁରଟ ଫେରନ୍ତା ନିକଟସ୍ଥ ଏଟିଏମ୍‌କୁ ଆସି ସକାଳେ ଟଙ୍କା ଉଠାଉଥିବା ଦେଖିବାକୁ ମିଳିଥିଲା। କବିସୂର୍ଯ୍ୟନଗର ଏନ୍‌ଏସିର ଜନବସତି ଅଞ୍ଚଳରେ ଅବସ୍ଥିତ ବୃନ୍ଦାବତୀ ବିଦ୍ୟାପୀଠ, ସରକାରୀ ବାଳିକା ବିଦ୍ୟାଳୟରେ ମଧ୍ୟ ପ୍ରବାସୀ ଓଡ଼ିଆ ରହିଛନ୍ତି। ସମସ୍ତେ ସ୍ଥାନୀୟ ଅଞ୍ଚଳର ହୋଇଥିବାରୁ ବଜାରର ଦୋକାନୀଙ୍କ ସହ ପରିଚିତ। ବାହାରେ ବୁଲୁଥିବାରୁ ଅଞ୍ଚଳବାସୀଙ୍କୁ ସଂକ୍ରମଣର ଆଶଙ୍କା ରହିଛି। ତେଣୁ ଏସବୁ ସଙ୍ଗରୋଧ ଗୃହ ସ୍ଥାନାନ୍ତର ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।
ଏନେଇ ଏନ୍‌ଏସି ନିର୍ବାହୀ ଅଧିକାରୀ ବିବେକାନନ୍ଦ ନାୟକ କହିଛନ୍ତି, ଏନ୍‌ଏସିବାସୀଙ୍କୁ ଏନ୍‌ଏସି ଭିତରେ ନିୟମ ପ୍ରକାରେ ରଖାଯାଇଛି। ଲୋକେ ସଚେତନ ହେବାକୁ ପଡିବ, ନଚେତ୍‌ ଆଗକୁ ପରିସ୍ଥିତି ଜଟିଳ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ବନ୍ୟଜନ୍ତୁ ଖାଇ…

ଦିଗପହଣ୍ଡି,୧|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମ ନିକଟ ଗୋପୀନାଥପୁର ମୌଜା ରାଧାକୃଷ୍ଣ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ଗଳିତ ମୃତଦେହ...

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri