ସଙ୍ଗରୋଧ ଗୃହରୁ ୨୫ଶ୍ରମିକ ଫେରାର

ଭବାନୀପାଟଣା/କୋକସରା,୨୩।୪(ସ୍ବ.ପ୍ର/ଡି.ଏନ୍‌.ଏ.): ଲକ୍‌ଡାଉନକୁ କଡାକଡି କରିବା ପାଇଁ ପ୍ରତି ଜିଲା ସୀମାନ୍ତରେ ପାଟ୍ରୋଲିଂ ବ୍ୟବସ୍ଥା ସହ ଧରପଗଡ଼ ଜାରି ରହିଛି। ଏହି କ୍ରମରେ ନବରଙ୍ଗପୁର-କଳାହାଣ୍ଡି ଜିଲା ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟି ନିକଟରେ ଥିବା ଜନଜାତି ଆବାସିକ ବିଦ୍ୟାଳୟରେ ସ୍ଥାନୀୟ ବ୍ଲକ ପ୍ରଶାସନ ପକ୍ଷରୁ ଏକ ସଙ୍ଗରୋଧ ଗୃହ କରାଯାଇଛି। ଏଥିରେ ରାଜ୍ୟ ବାହାରୁ ଓ ଜିଲାର ବିଭିନ୍ନ ଅଞ୍ଚଳରୁ ଫେରୁଥିବା ଶ୍ରମିକଙ୍କୁ ରଖାଯାଉଛି। ହେଲେ ବୁଧବାର ରାତିରେ ଏହି ସଂଘରୋଧ ଗୃହରୁ ୨୫ ଅନ୍ତୋବାସୀ ଫେରାର ହେବା ଘଟଣା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣା ପରେ ସଙ୍ଗରୋଧ ଗୃହରେ ଢିଲା ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ମିଳିଥିବା ସୂଚନା ଅନୁଯାୟୀ, ଆମାପଣି ଜନଜାତି ଆବାସିକ ବିଦ୍ୟାଳୟରେ କରାଯାଇଥିବା ସଙ୍ଗରୋଧ ଗୃହରେ ଜିଲା ତଥା ରାଜ୍ୟ ବାହାରୁ ଆସିଥିବା ମୋଟ ୬୪ ଜଣ ଶ୍ରମିକ ରହୁଥିଲେ। ସେଥିମଧ୍ୟରୁ ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଅଞ୍ଚଳର ୨୬ ଶ୍ରମିକ ଗତ ସପ୍ତାହରେ ଫୁଲବାଣୀରୁ ଚାଲିଚାଲି ଫେରୁଥିବା ସମୟରେ ଆମପାଣି ପୋଲିସ ସେମାନଙ୍କୁ ଧରିଥିଲା। ପରେ ବ୍ଲକ ପ୍ରଶାସନ ସହାୟତାରେ ସେମାନଙ୍କୁ ସ୍ଥାନୀୟ ସଙ୍ଗରୋଧ ଗୃହରେ ରଖାଯାଇଥିଲ। ବୁଧବାର ରାତିରେ ଉକ୍ତ ୨୬ଶ୍ରମିକଙ୍କ ମଧ୍ୟରୁ ୨୫ଜଣ ଫେରାର ହୋଇଯାଇଥିଲେ। ଖବର ପାଇ ଗୁରୁବାର ସକାଳରେ କୋକସରା ତହସିଲଦାର ମୌସୁମୀ ନାୟକ, ବିଡିଓ ମନୀସା ଦାସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଆମପାଣି ସରପଞ୍ଚ ଟିକିଚନ୍ଦ୍ର ଧଙ୍ଗଡାମାଝୀଙ୍କୁ ପଚାରିବାରୁ ସେମାନେ କେମିତି ଗଲେ ତାହା ଜଣାପଡି ନାହିଁ । ତଦନ୍ତ ଚାଲିଛି ଓ ପୋଲିସକୁ ମଧ୍ୟ ଆମେ ଲିଖିତ ଭାବେ ଜଣାଇବୁ ବୋଲି କହିଥିଲେ। ଅନ୍ୟପକ୍ଷରେ,ସଙ୍ଗରୋଧ ଗୃହରୁ ଶ୍ରମିକମାନେ ଫେରାର ହେବା ପରେ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri