ସଙ୍ଗରୋଧ ଗୃହରେ ଟଳି ପଡିଲେ ସୁରଟ ଫେରନ୍ତା

ପୋଲସରା,୮ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୋଲସରା ବ୍ଲକ ଢୁଙ୍କାପଡା ପଞ୍ଚାୟତସ୍ଥିତ ଢୁଙ୍କାପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ ଗୃହରେ ୬୯ଜଣ ସୁରଟ ଫେରନ୍ତା ବୁଧବାର ଆସି ରହିଥିଲେ। ଏହି ଗୃହରେ ଥିବା ମଧୁପଲ୍ଲି ଗ୍ରାମର ପ୍ରଫୁଲ୍ଲ ବେହେରା (୩୯)ଙ୍କର ଶୁକ୍ରବାର ଅପରାହ୍ନରେ ମୃତ୍ୟୁ ଘଟିଛି। ମଧ୍ୟାହ୍ନ ଭୋଜନ ଖାଉଥିବାବେଳେ ହଠାତ୍‌ ସେ ଟଳି ପଡିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ପ୍ରଫୁଲ୍ଲଙ୍କ ସ୍ତ୍ରୀଙ୍କ କହିବା ଅନୁଯାୟୀ, ମୃତ୍ୟୁର କିଛି ସମୟ ପୂର୍ବରୁ ସେ ଫୋନରେ ତାଙ୍କ ସହ କଥା ହୋଇଥିଲେ। ଏହାର କିଛି ସମୟ ପରେ ଖବର ପାଇଲି ସ୍ବାମୀ ମୃତ୍ୟୁବରଣ କରିଛନ୍ତି। ପୂର୍ବରୁ ତାଙ୍କୁ ଜ୍ୱର ହେଉଥିଲା, ସ୍ଥାନୀୟ ପ୍ରଶାସନ ପହଞ୍ଚତ୍ ଚିକିତ୍ସା ବ୍ୟବସ୍ଥା କରିଥିଲା। କରୋନା ଯୋଗୁ ମୃତ୍ୟୁ ହୋଇଥିବା ସାଧାରଣରେ ଚର୍ଚ୍ଚା ଜୋର ଧରିଛି। ଖବର ପାଇ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ବିଡ଼ିଓ ଶମ୍ଭୁନାଥ ନନ୍ଦି, ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର, ଥାନାଧିକାରୀ ଜିତେନ୍ଦ୍ର ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚତ୍ ଅନୁଧ୍ୟାନ କରିଥିଲେ। ସ୍ବାସ୍ଥ୍ୟ ବିଭାଗ କର୍ମଚାରୀମାନେ ଆସି ମୃତକଙ୍କ ସ୍ବାବ୍‌ ସଂଗ୍ରହ କରିଛନ୍ତି। ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଯାଇଥିବା ସରପଞ୍ଚ ପ୍ରତିନିଧି ବସନ୍ତ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri