ସଙ୍ଗରୋଧ ଗୃହରେ ଟଳି ପଡିଲେ ସୁରଟ ଫେରନ୍ତା

ପୋଲସରା,୮ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୋଲସରା ବ୍ଲକ ଢୁଙ୍କାପଡା ପଞ୍ଚାୟତସ୍ଥିତ ଢୁଙ୍କାପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ ଗୃହରେ ୬୯ଜଣ ସୁରଟ ଫେରନ୍ତା ବୁଧବାର ଆସି ରହିଥିଲେ। ଏହି ଗୃହରେ ଥିବା ମଧୁପଲ୍ଲି ଗ୍ରାମର ପ୍ରଫୁଲ୍ଲ ବେହେରା (୩୯)ଙ୍କର ଶୁକ୍ରବାର ଅପରାହ୍ନରେ ମୃତ୍ୟୁ ଘଟିଛି। ମଧ୍ୟାହ୍ନ ଭୋଜନ ଖାଉଥିବାବେଳେ ହଠାତ୍‌ ସେ ଟଳି ପଡିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ପ୍ରଫୁଲ୍ଲଙ୍କ ସ୍ତ୍ରୀଙ୍କ କହିବା ଅନୁଯାୟୀ, ମୃତ୍ୟୁର କିଛି ସମୟ ପୂର୍ବରୁ ସେ ଫୋନରେ ତାଙ୍କ ସହ କଥା ହୋଇଥିଲେ। ଏହାର କିଛି ସମୟ ପରେ ଖବର ପାଇଲି ସ୍ବାମୀ ମୃତ୍ୟୁବରଣ କରିଛନ୍ତି। ପୂର୍ବରୁ ତାଙ୍କୁ ଜ୍ୱର ହେଉଥିଲା, ସ୍ଥାନୀୟ ପ୍ରଶାସନ ପହଞ୍ଚତ୍ ଚିକିତ୍ସା ବ୍ୟବସ୍ଥା କରିଥିଲା। କରୋନା ଯୋଗୁ ମୃତ୍ୟୁ ହୋଇଥିବା ସାଧାରଣରେ ଚର୍ଚ୍ଚା ଜୋର ଧରିଛି। ଖବର ପାଇ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ବିଡ଼ିଓ ଶମ୍ଭୁନାଥ ନନ୍ଦି, ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର, ଥାନାଧିକାରୀ ଜିତେନ୍ଦ୍ର ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚତ୍ ଅନୁଧ୍ୟାନ କରିଥିଲେ। ସ୍ବାସ୍ଥ୍ୟ ବିଭାଗ କର୍ମଚାରୀମାନେ ଆସି ମୃତକଙ୍କ ସ୍ବାବ୍‌ ସଂଗ୍ରହ କରିଛନ୍ତି। ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଯାଇଥିବା ସରପଞ୍ଚ ପ୍ରତିନିଧି ବସନ୍ତ ଜେନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri