Posted inଖେଳ

ସଚିନଙ୍କୁ ପଛରେ ପକାଇ ଇତିହାସ ରଚିଲେ ବିରାଟ

ମାଞ୍ଚେଷ୍ଟର, ୧୬।୬:ଓଲ୍ଡ ଟ୍ରାଫର୍ଡରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଉଥିବା ଏକ ମ୍ୟାଚ୍‌ରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଇତିହାସ ରଚିଛନ୍ତି। ଏକଦିବସୀୟ କ୍ରିକେଟରେ କମ୍‌ ମ୍ୟାଚ୍‌ ଏବଂ ଇନିଂସ(୨୩୦ ମ୍ୟାଚ୍‌, ୨୨୧ ଇନିଂସ) ଖେଳି ୧୧ ହଜାର ରନ୍‌ ପୂରଣ କରିବାରେ ସେ ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ହୋଇଛନ୍ତି। ସେ ଏହି କ୍ରମରେ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କୁ ମଧ୍ୟ ପଛରେ ପକାଇଦେଇଛନ୍ତି। ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ୫୫ ରନ ସଂଗ୍ରହ କରିଥିବାବେଳେ କୋହଲି ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟରେ ୧୧୦୦୦ ରନ ପୂରଣ କରିଛନ୍ତି। ଏଭଳି କୃତିତ୍ୱ ଅର୍ଜନ କରିବାରେ ସେ ତୃତୀୟ ଭାରତୀୟ ହୋଇଛନ୍ତି। ତାଙ୍କ ପୂର୍ବରୁ ସଚିନ ତେନ୍ଦୁଲକର ୧୧୦୦୦ ରନ ପୂରଣ କରିଛନ୍ତି। ସଚିନ ୨୭୬ ଇନିଂସ (୨୮୪ ମ୍ୟାଚ)ରେ ଏହି ସ୍କୋର ପୂରା କରିଥିଲେ। ତାଙ୍କ ପଛକୁ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ୨୮୬ ଇନିଂସ (୨୯୫ ମ୍ୟାଚ)ରେ ୧୧୦୦୦ ହଜାର ରନ ପୂରଣ କରିଥିବାବେଳେ ଭାରତର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ୨୮୮ ଇନିଂସ (୨୯୮ ମ୍ୟାଚ୍‌)ରେ ୧୧ହଜାର ରନ୍‌ ପୂରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri