Posted inଖେଳ

ସଚିନଙ୍କ ସମକକ୍ଷ ହୋଇପାରନ୍ତି ଶାକିବ

ଲଡର୍‌ସ, ୫।୭- ବାଂଲାଦେଶ ବିଶ୍ୱକପ୍‌ ସେମିଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ି ସାରିଥିଲେ ମଧ୍ୟ ବରିଷ୍ଠ କ୍ରିକେଟର ଶାକିବ ଅଲ୍‌ ହାସନ ଦମ୍‌ଦାର ପ୍ରଦର୍ଶନ ଜାରି ରଖିଛନ୍ତି। ଏହି ବାମହାତୀ ଅଲ୍‌ରାଉଣ୍ଡର ବର୍ତ୍ତମାନ ସୁଦ୍ଧା ୫୪୨ ରନ୍‌ ସଂଗ୍ରହ କରିଛନ୍ତି। ଯେଉଁଥିରେ ୨ ଶତକ ଓ ୪ ଅର୍ଦ୍ଧଶତକ ସାମିଲ ରହିଛି। ସେହିଭଳି ଗୋଟିଏ ବିଶ୍ୱକପ୍‌ରେ ୫୦୦ରୁ ଊର୍ଦ୍ଧ୍ୱ ରନ୍‌ ସଂଗ୍ରହ କରିବା ସହିତ ୧୦ ଉଇକେଟ୍‌ ଅକ୍ତିଆର କରିବାରେ ସେ ବିଶ୍ୱର ପ୍ରଥମ କ୍ରିକେଟର୍‌ ହେବାର କିର୍ତ୍ତୀମାନ କରିଛନ୍ତି। ବାଂଲାଦେଶ ଏହାର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଶୁକ୍ରବାର ପାକିସ୍ତାନକୁ ଭେଟିବ। ଯଦି ଏହି ମ୍ୟାଚ୍‌ରେ ଶାକିବ ଆଉ ଏକ ଅର୍ଦ୍ଧଶତକ ହାସଲ କରନ୍ତି ତେବେ ବିଶ୍ୱକପ୍‌ର ଗୋଟିଏ ସଂସ୍କରଣରେ ୫୦ ବା ଏହାଠାରୁ ଊର୍ଦ୍ଧ୍ୱ ସ୍କୋର କରିବାରେ ସେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ସମକକ୍ଷ ହେବେ। ତେନ୍ଦୁଲକର ୨୦୦୩ ବିଶ୍ୱକପ୍‌ରେ ୬ ଅର୍ଦ୍ଧଶତକ ଓ ଗୋଟିଏ ଶତକ ସହ ମୋଟ୍‌ ୭ଥର ୫୦ ବା ଏହାଠାରୁ ଊର୍ଦ୍ଧ୍ୱ ସ୍କୋର କରି ଏହି ତାଲିକାର ଶୀର୍ଷରେ ରହିଛନ୍ତି। ଶାକିବ ଚଳିତ ସଂସ୍କରଣରେ ୬ଥର ୫୦ରୁ ଉର୍ଦ୍ଧ୍ୱ ସ୍କୋର କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri