Posted inଖେଳ

ସଚିନଙ୍କ ସହ ଡିନର୍‌ କଲେ ପୃଥ୍ବୀ ଶ’

ନୂଆଦିଲ୍ଲୀ, ୧୮।୪- ଆଇପିଏଲ୍‌ ଦ୍ୱାଦଶ ସଂସ୍କରଣରେ ଗୁରୁବାର ଘରୋଇ ଦିଲ୍ଲୀ କ୍ୟାପିଟାଲ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏହି ମ୍ୟାଚ୍‌ ଲାଗି ଉଭୟ ଦଳ ଜୋର୍‌ଦାର ପ୍ରସ୍ତୁତି କରିଛନ୍ତି। ତେବେ ମ୍ୟାଚ୍‌ ପୂର୍ବରୁ ଦିଲ୍ଲୀର ଯୁବ ଓପନର୍‌ ପୃଥ୍ବୀ ଶ’ଙ୍କ ପାଇଁ ବୁଧବାର ରାତି ବେଶ୍‌ ସ୍ମରଣୀୟ ହୋଇରହିବ। କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ମୁମ୍ବାଇ ପରାମର୍ଶଦାତା ରହିଥିବା ସଚିନ ତେନ୍ଦୁଲକରଙ୍କ ସହ ଶ’ ଏକାଠି ଡିନର କରିବାର ସୁଯୋଗ ପାଇଥିଲେ। ଟିମ୍‌ ହୋଟେଲରେ ବୁଧବାର ରାତିରେ ଉଭୟ ସଚିନ ଓ ଶ’ ଏକାଠି ବସି ରାତ୍ରିଭୋଜନ କରିଥିଲେ। ଏହାର ଏକ ଫଟୋ ପୃଥ୍ବୀ ନିଜ ଟୁଇଟର୍‌ ପେଜ୍‌ରେ ଶେୟାର କରିଛନ୍ତି। ‘ଏକ ସୁନ୍ଦର ଡିନର ଆୟୋଜନ କରିଥିବାରୁ ସଚିନ ସାର୍‌ଙ୍କୁ ଧନ୍ୟବାଦ। ଆପଣଙ୍କ ସହ ସାକ୍ଷାତ ସର୍ବଦା ଆନନ୍ଦ ଦେଇଛି’ ବୋଲି ଏହି ଯୁବ ଓପନର୍‌ ଫଟୋତଳେ କ୍ୟାପସନରେ ଉଲ୍ଲେଖ କରିଛନ୍ତି। ଜଣେ ଭାଗ୍ୟବାନ ଖେଳାଳିଭାବେ ୧୯ ବର୍ଷୀୟ ପୃଥ୍ବୀ ମେଣ୍ଟର ଭାବେ ବିଭିନ୍ନ ସମୟରେ ସଚିନ, ରାହୁଲ ଡ୍ରାଭିଡ୍‌ (୧୯ ବର୍ଷରୁ କମ୍‌ ଭାରତୀୟ ଦଳ ସହ) ଓ ସୌରଭ ଗାଙ୍ଗୁଲି (ଦିଲ୍ଲୀ କ୍ୟାପିଟାଲ୍ସ ସହ)ଙ୍କ ନିକଟରୁ ଟିପ୍ସ ପାଇଛନ୍ତି। ତେବେ ଚଳିତ ଆଇପିଏଲ୍‌ରେ ତାଙ୍କ ବ୍ୟାଟିଂ ପ୍ରଦର୍ଶନ ଆଶନୁରୂପ ହୋଇପାରିନାହିଁ। ଦିଲ୍ଲୀ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଶ’ ବର୍ତ୍ତମାନ ସୁଦ୍ଧା ୮ ମ୍ୟାଚ୍‌ ଖେଳି ୨୩.୩୭ ଆଭରେଜରେ ୧୮୭ ରନ ସଂଗ୍ରହ କରିଛନ୍ତି। ଏଥିରେ ୯୯ ରନର ଏକ ଇନିଂସ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri