ସଚିନ୍‌ ତେନ୍ଦୁଲକର ରିକି ପଣ୍ଟିଂଙ୍କ ଦଳକୁ ଦେବେ କୋଚିଂ

ସିଡ୍‌ନୀ,୨୧।୧: ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ସଚିନ୍‌ ତେନ୍ଦୁଲକରଙ୍କୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ସଚିନ୍‌ ଖୁବ୍‌ ଶୀଘ୍ର କୋଚ୍‌ ଭୂମିକାରେ ଦେଖାଦେବେ। ମଙ୍ଗଳବାର ଅଷ୍ଟ୍ରେଲିଆ କ୍ରିକେଟ୍‌ ଟିମ୍‌ ପକ୍ଷରୁ କୁହାଯାଇଛି ଯେ, ସଚିନ୍‌ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂଙ୍କ ଦଳକୁ କୋଚିଂ ଦେବେ। ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିତ୍ବା ନିଆଁ ଯୋଗୁ ବହୁ କ୍ଷତି ହୋଇଛି। ତେବେ କ୍ଷତିଗ୍ରସ୍ତ ଲୋକଙ୍କ ସହାୟତା ପାଇଁ ଏକ କ୍ରିକେଟ ମ୍ୟାଚ୍‌ର ଆୟୋଜନ କରାଯିବ। ଏହି ମ୍ୟାଚ୍‌ରେ ସଚିନ୍‌ ଏବଂ ମହେନ୍ଦ୍ର ସିଂ ଧୋନୀ ଖେଳିବେ ବୋଲି ପୂର୍ବରୁ କୁହାଯାଇଥିଲା। ମାତ୍ର ମଙ୍ଗଳବାର ଅଷ୍ଟ୍ରେଲିଆ କ୍ରିକେଟ ପକ୍ଷରୁ କୁହାଯାଇଛି ଯେ, ରିକି ପଣ୍ଟିଂ ଏବଂ ଶେନ୍‌ ଓ୍ବାର୍ଣ୍ଣଙ୍କ ଦଳ ମଧ୍ୟରେ ହେବାକୁ ଥିବା ଏହି ବନ୍ଧୁତ୍ୱପୂର୍ଣ୍ଣ ଘରୋଇ ମ୍ୟାଚ୍‌ରେ ରିକିଙ୍କ ଦଳକୁ ସଚିନ୍‌ କୋଚିଂ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

ସୃଜନଶୀଳତାର ପରିଭାଷା

ଗୋଟିଏ ରାଷ୍ଟ୍ରର ସାର୍ବଭୌମତ୍ୱର ସୁରକ୍ଷା ଓ ରାଷ୍ଟ୍ରର ନିର୍ମାଣ ନିମନ୍ତେ ସମ୍ପତ୍ତି ଏବଂ ସାମରିକ ଶକ୍ତିର ଆବଶ୍ୟକତା ରହିଛି। କିନ୍ତୁ ଏହା ଗୋଟିଏ ଜାତିର ଅନ୍ତର୍ନିହିତ ଶକ୍ତି…

ନିଜ ଗୋରୁ ନେଇ ଯାଉଥିବା ଲୋକଙ୍କୁ ଆଣ୍ଠେଇ ଆଣ୍ଠେଇ ରାସ୍ତାରେ ଚଲାଇବା ଘଟଣା: ଥାନା ଘେରାଉ କଲେ ଯାଦବ ସମାଜ, ପୂରା ଘଟଣା ଜାଣିଲେ…

ଚନ୍ଦାହାଣ୍ଡି,୨୭।୫(ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରୁ ରାଇଘର ଅଞ୍ଚଳକୁ ନିଜ ଗାଈ ଗୋରୁ, ବଳଦକୁ ନେଇ ଯାଉଥିବା କିଛି ଲୋକଙ୍କୁ ବେଆଇନ ଭାବେ ଗୋଚାଲାଣ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

୫ ସୁଦ୍ଧା ଦିଲ୍ଲୀ ଜିମ୍‌ଖାନା ପରିସର ଦଖଲକୁ ନିଆଯିବ ନାହିଁ

ନୂଆଦିଲ୍ଲୀ,୨୭ା୫: ଔପନିବେଶୀୟ ଯୁଗରୁ ରହିଆସିଥିବା ଦିଲ୍ଲୀ ଜିମ୍‌ଖାନା ପରିସରକୁ କେନ୍ଦ୍ର ସରକାର ଜୁନ୍‌ ୫ ସୁଦ୍ଧା ବଳପୂର୍ବକ ଦଖଲକୁ ନେବେ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ…

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri