ସଚିବଙ୍କ ନିର୍ଦ୍ଦେଶ ପରେ ବିଭାଗୀୟ ତତ୍ପରତା

ଯାଜପୁର ଅଫିସ,୧।୨: ଯାଜପୁର ଜିଲା ସୁକିନ୍ଦା ମେଗା ଜଳଯୋଗାଣ ପ୍ରକଳ୍ପ ନିର୍ମାଣରେ ହୋଇଥିବା ଅନିୟମିତତା ସଂକ୍ରାନ୍ତରେ ବିଭାଗୀୟ ତତ୍ପରତା ଦେଖିବାକୁ ମିଳିଛି। ଓଡ଼ିଶା ସରକାର ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ଅଧସ୍ଥନ ସଚିବ ଏସ୍‌.ଆର୍‌. ପଟ୍ଟନାୟକ ତାଙ୍କ ପତ୍ରସଂଖ୍ୟା ୨୩୪୬୪/୧୩ା୧୨ା୨୦୧୯ରେ ନିର୍ଦ୍ଦେଶ ପରେ ଏବେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ(ଆର୍‌ଡବ୍ଲ୍ୟୁଏସ୍‌ଏସ୍‌)ର ଇଞ୍ଜିନିୟର-ଇନ୍‌-ଚିଫ୍‌ ତାଙ୍କ ପତ୍ରସଂଖ୍ୟା ୭୬୮/୩୧ା୧ା୨୦୨୦ରେ କଟକ ସୁପରିଣ୍ଟେଣ୍ଡେଣ୍ଟଙ୍କୁ ଏହାର ତଦନ୍ତ ଦାୟିତ୍ୱ ଦେଇଛନ୍ତି। ଗତ ଜୁଲାଇ ମାସରେ ଯନ୍ତ୍ରୀ ପ୍ରାଧିକରଣ ପକ୍ଷରୁ ସୁକିନ୍ଦା ମେଗା ପାଇପ ଜଳଯୋଗାଣ ପ୍ରକଳ୍ପର ନୀରିକ୍ଷଣ କରାଯାଇଥିଲା। ନୀରିକ୍ଷଣ ରିପୋର୍ଟ ଉପରେ ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ତେବେ ଉକ୍ତ ଖବରକୁ ଆଧାର କରି ଗତ ଡିସେମ୍ବର ୩ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ଅଭିଯୋଗ କରାଯାଇଥିଲା। ଅଭିଯୋଗରେ ଡିଏମ୍‌ଏଫ୍‌ ପାଣ୍ଠିରୁ ୭୯.୫୬ କୋଟି ଟଙ୍କା ମୂଲ୍ୟରେ ଠିକାସଂସ୍ଥା ନାଗାର୍ଜୁନ କନଷ୍ଟ୍ରକ୍ସନ କମ୍ପାନୀ(ଏନ୍‌ସିସି) ଦ୍ୱାରା ନିର୍ମାଣ ହେଉଥିବା ସୁକିନ୍ଦା ମେଗା ଜଳଯୋଗାଣ ପ୍ରକଳ୍ପ ଇଞ୍ଜିନିୟର୍ସ ଅଟରିଟ ଦ୍ୱାରା ନିରୀକ୍ଷଣ କରାଯାଇଥିଲା। ନୀରିକ୍ଷଣରେ ଗୋଟିଏ ଖାତ(ଟ୍ରେଂଞ୍ଚ)ରେ ଆବଶ୍ୟକଠାରୁ କମ୍‌ ଖାତ ଖୋଳି ପାଇପ ବିଛା, ନିକଟସ୍ଥ ପାଟଣାଠାରେ ନିର୍ମାଣାଧୀନ ଇଏସ୍‌ଆରସ୍ତରରେ ସିଧା(ଭର୍ଟିକାଲ) ଭାବେ ନିର୍ମାଣ ନ ହେବା ଆଦି ଅନିୟମିତତା ଦେଖିବାକୁ ମିଳିଥିଲା। ଏହାପରେ ଇଞ୍ଜିନିୟର୍ସ ଅଟରିଟି ରିପୋର୍ଟକୁ ଭିତ୍ତି କରି ବିଭାଗୀୟ ଇଞ୍ଜିନିୟର୍ସ-ଇନ୍‌-ଚିଫ୍‌ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । ଏହାବାଦ ପ୍ରକଳ୍ପର ବିଭିନ୍ନ କଂକ୍ରିଟ ଓ ଅନ୍ୟାନ୍ୟ କାର୍ଯ୍ୟରେ ବ୍ୟବହାର ହେବାକୁ ଥିବା ଷ୍ଟିଲ୍‌ ସାମଗ୍ରୀର ଗୁଣବତ୍ତା ଉପରେ ଏମ୍‌ଏସ୍‌ଭି ଇଣ୍ଟରନ୍ୟାଶନାଲ ପକ୍ଷରୁ ପରୀକ୍ଷା କରାଯାଇଥିଲା। ପରୀକ୍ଷାରେ ଷ୍ଟିଲ୍‌ ସାମଗ୍ରୀ ବ୍ୟବହାର ଅନୁପଯୋଗୀ ବୋଲି ଅଥରିଟି ଅନୁଭବ କରିବା ପରେ ବିଭାଗକୁ ରିପୋର୍ଟ ପ୍ରଦାନ କରିଥିଲେ। ଏହି ରିପୋର୍ଟ ଆଧାରରେ ଶ୍ୟାମ ଷ୍ଟିଲରୁ କିଣାଯାଇଥିବା ସମସ୍ତ ଷ୍ଟିଲ ସାମଗ୍ରୀକୁ ହଟାଇ ଦେବାକୁ ଠକା ସଂସ୍ଥା ଏନ୍‌ସିସିକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହାପରେ କେତେକ ବିଭାଗୀୟ ଅଧିକାରୀଙ୍କୁ ହାତ କରି କିଣାଯାଇଥିବା ଷ୍ଟିଲ ସାମଗ୍ରୀକୁ ଦ୍ୱିତୀୟ ଥର ପାଇଁ କଟକ ସେଣ୍ଟ୍ରାଲ ଲାବୋରୋଟୋରୀ(ଆରଆଣ୍ଡବି) ଏବଂ ଭୁବନେଶ୍ୱର ଆଇଏମ୍‌ଏମ୍‌ଟି ଲାବେରୋଟୋରୀରେ ପରୀକ୍ଷା କରାଯାଇଥିଲା। ଯାହାର ରିପୋର୍ଟରେ ସେହି ଷ୍ଟିଲ ସାମଗ୍ରୀର ଗୁଣବତ୍ତା ସନ୍ତୋଷଜନକ ଓ ବ୍ୟବହାର ଉପଯୋଗୀ ବୋଲି ଦର୍ଶାଯାଇଥିଲା। ଉକ୍ତ ରିପୋର୍ଟକୁ ଆଧାର କରି ଆରଡବ୍ଲ୍ୟୁଏସ୍‌ଏସ୍‌ର ଚିଫ୍‌ ଇଞ୍ଜିନିୟର ତାଙ୍କ ପତ୍ରସଂଖ୍ୟା ୭୮୪୨/୧୦ା୯ା୨୦୧୯ରେ ଠିକାସଂସ୍ଥା ଏନ୍‌ସିସିର ସହକାରୀ ଜେନେରାଲ ମ୍ୟାନେଜରଙ୍କୁ ଷ୍ଟିଲ୍‌ ସାମଗ୍ରୀ ପୁଣି ବ୍ୟବହାର ହୋଇପାରିବ ବୋଲି ନିର୍ଦ୍ଦେଶ ଦେଇଥିଲେ। ତେବେ ଦ୍ୱିତୀୟବାର ପରୀକ୍ଷା କରାଯିବା ନେଇ କୌଣସି ସନ୍ତୋଷଜନକ ଉତ୍ତର ବିଭାଗ ପାଖରେ ନାହିଁ ବୋଲି ଇ-ଅଭିଯୋଗରେ ଦର୍ଶାଯାଇଥିଲା। ଏହାସହ ବ୍ୟବହାର ହୋଇଥିବା ଷ୍ଟିଲ୍‌ ସାମଗ୍ରୀରମାନ ନେଇ ଆଉଥରେ ଉଚ୍ଚସ୍ତରୀୟ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଭିଯୋଗରେ ଦାବି ହୋଇଛି। ଏନେଇ ଯାଜପୁର ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର ନିର୍ବାହୀ ଯନ୍ତ୍ରୀ ଅମିୟ କୁମାର ପରିଜାଙ୍କୁ ପଚାରିବାରେ ଆବଶ୍ୟକ ପରୀକ୍ଷା କରିବା ପରେ ଷ୍ଟିଲ ସାମଗ୍ରୀର ବ୍ୟବହାର ପାଇଁ ଅନୁମତି ଦିଆଯାଇଛି। ଏଥିରେ କୌଣସି ପ୍ରକାର ଅନିୟମିତତା କରାଯାଇନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri