ସଚେତନତା କାଗଜ କଲମରେ ସୀମିତ: ଡ୍ରଗ୍ସ କବଳରେ ଯୁବପିଢ଼ି

କେନ୍ଦୁଝର, ୧।୭(ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଡ୍ରଗ୍ସ କାରବାର ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ସଚେତନତା କାର୍ଯ୍ୟକ୍ରମ କାଗଜକଲମରେ ସୀମିତ ରହିଛି। ଏ ନେଇ ଯୁବ ପିଢି ପଥଭ୍ରଷ୍ଟ ହୋଇ ବିଭିନ୍ନ ଅସାମାଜିକ କାର୍ଯ୍ୟରେ ମାତୁଥିଲେ ହେଁ ପୋଲିସ କିମ୍ବା ଅବକାରୀ ବିଭାଗ ଧରପଗଡ କରୁ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଏପରିକି କେତେକ ସମୟରେ ପୋଲିସ ବିଭାଗ ଧରପଗଡ଼ ବେଳେ ଡ୍ରଗ୍ସ ଧରୁଥିଲେ ହେଁ ଅଭିଯୁକ୍ତଙ୍କ ବିରୋଧରେ କୋହଳ ମନୋଭାବ ପ୍ରଦର୍ଶନ କରି ମଦ ବା ଅନ୍ୟ ଅପରାଧ ମାମଲା ରୁଜୁ କରୁ ନ ଥିବା ଅଭିଯୋଗ ହେଉଛି। ଫଳରେ ଡ୍ରଗ୍ସ କାରବାର କରୁଥିବା ଚୋରା ବେପାରୀମାନେ ବେଧଡକ ଭାବେ ଏହାକୁ ଚଳାଇ ଆସୁଥିବାରୁ ଅଭିଭାବକ ତଥା ବୁଦ୍ଧିଜୀବୀ ଭୟ ଓ ଆଶଙ୍କାରେ ରହୁଛନ୍ତି। ସେହିପରି ଅଭିଯୋଗ ମିଳିଲେ ମଧ୍ୟ ପୋଲିସ କିମ୍ବା ଅବକାରୀ ବିଭାଗ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଆକ୍ରୋଶର ଶିକାର ହେବା ଆଶଙ୍କା କରି ସୂଚନାକାରୀମାନେ ଚୁପ ରହିବାକୁ ବାଧ୍ୟ ହେଉଛନ୍ତି। ଏହି ଡ୍ରଗ୍ସ ଖାଇ କ୍ଷୀପ୍ର ଗତିରେ ଗାଡି ଚାଳନା କରୁଥିବାରୁ ଦୁର୍ଘଟଣାର କାରଣ ହେଉଛି ା ସେହିପରି କେତେକ ଯୁବକ ଏହାକୁ ଖାଇ ସମାଜର ମୁଖ୍ୟସ୍ରୋତରୁ ଦୂରେଇ ଯାଇ ବିଭିନ୍ନ ଅସାମାଜିକ କାର୍ଯ୍ୟରେ ଲିପ୍ତ ରହୁଥିବା କୁହାଯାଉଛି ା ସେହିପରି ଏହାକୁ କିଣିବା ପାଇଁ ଚୋରି କରିବାକୁ ବାଧ୍ୟ ହେଉଛନ୍ତି। ଏହାକୁ ନେଇ ଅନେକ ଅଭିଭାବକ ଚିନ୍ତାରେ ରହୁଥିଲେ ହେଁ ସମାଜରେ ନିନ୍ଦିତ ହେବା ଆଶଙ୍କା କରି ବା ଭୟରେ ମୁହଁ ଖୋଲିପାରୁନାହାନ୍ତି। ଏଣୁ ପୋଲିସ ଓ ଅବକାରୀ ବିଭାଗ ଲୋକଙ୍କ ପାଖରେ ଆସ୍ଥାଭାଜନ ହୋଇ ଏହାର ନିରାକରଣ ପଦକ୍ଷେପ ନେବା ସହ ଡ୍ରଗ୍ସ ବେପାରୀଙ୍କୁ ଗିରଫ କରାଗଲେ ପ୍ରକୃତରେ ସୁସ୍ଥ ସମାଜ ଗଠନ ହୋଇପାରିବ ବୋଲି କହିଛନ୍ତି ସାମାଜିକ କର୍ମୀ ପ୍ରଦୀପ ମହାନ୍ତି। କେନ୍ଦୁଝର ସଦର ବ୍ଲକ ଅଞ୍ଚଳ ହେଉଛି ଏହି ଡ୍ରଗ୍ସ ବେପାରୀଙ୍କ ଆଡ୍ଡାସ୍ଥଳ। ସେଠାରୁ ସେମାନେ ଡ୍ରଗ୍ସ ସବୁକୁ କେନ୍ଦୁଝର ସହର ତଥା ଅନ୍ୟାନ୍ୟ ଗ୍ରାମାଞ୍ଚଳକୁ ପଠାଇଥାନ୍ତି। ଏ ନେଇ ପୋଲିସ ଓ ଅବକାରୀ ବିଭାଗର କେତେକ ଅଧିକାରୀ ଜାଣିଥିଲେ ହେଁ ରୋକିବା ପାଇଁ ପଦକ୍ଷେପ ଗ୍ରହଣ କରୁ ନ ଥିବା ଅଭିଯୋଗ ହେଉଛି ା ଏଣୁ ଏ ନେଇ ଏକ ସ୍ବତନ୍ତ୍ର ସ୍କ୍ବାଡ ଗଠନ କରି ଧରପଗଡ କରିବାକୁ ଅଭିଭାବକ ଓ ବରିଷ୍ଠ ନାଗରିକମାନେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri