ସଚେତନ ପରେ ପଲିଥିନ ଚଢ଼ାଉ:ଜରିମାନା ଆଦାୟ କଲା ପୌର ପ୍ରଶାସନ

ଅନୁଗୋଳ ଅଫିସ, ୨୫ା୬ଅନୁଗୋଳ ସହରରେ ପଲିଥିନ ବ୍ୟାନ କରାଯାଇଥିଲେ ବି ବହୁ ବ୍ୟବସାୟୀ ଏହାର ଉଲ୍ଲଂଘନ କରି ପଲିଥିନ ବ୍ୟବହାର କରୁଛନ୍ତି। ଗତ ତିନି ଦିନ ଧରି ପୌର ପ୍ରଶାସନ ପକ୍ଷରୁ ସହରର ଗଳି କନ୍ଦିରେ ଡାକବାଜି ଯନ୍ତ୍ରରେ ପ୍ରଚାର କରାଯିବା ପରେ ସୋମବାର ବିଭିନ୍ନ ଦୋକାନରେ ଚଢ଼ାଉ କରାଯାଇ ୧୦ ହଜାର ୭ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି। ବହୁ ପରିମାଣର ପଲିଥିନ ମଧ୍ୟ ଜବତ କରାଯାଇଛି। ଚଢ଼ାଉ ସମୟରେ ପୌର କର୍ତ୍ତୃପକ୍ଷ ପଲିଥିନ ନ ରଖିବାକୁ ବ୍ୟବସାୟୀଙ୍କୁ ଚେତାବନୀ ଦେଇଛନ୍ତି।
ପୌର ପ୍ରଶାସନ ପକ୍ଷରୁ ଏକ ୬ ଜଣିଆ ଟିମ୍‌ ସହରର ହରିମହୁରୀଛକ, ବଜାର ଛକ ଓ ହନୁମାନ ବଜାରର ବିଭିନ୍ନ ଦୋକାନ ଉପରେ ଚଢ଼ାଉ କରିଥିଲା। ଏହି ସମୟରେ କେତେଜଣ ବ୍ୟବସାୟୀ ପଲିଥିନ ଲୁଚାଇ ଦେଇଥିବାବେଳେ ଆଉ କେତେଜଣ ଦୋକାନରେ ଏହାକୁ ମହଜୁଦ ରଖିଥିବା କର୍ମଚାରୀମାନେ ଜାଣିବାକୁ ପାଇଥିଲେ। ଏପରି କି ପ୍ଲାଷ୍ଟିକ ଗ୍ଲାସ, ପ୍ଲେଟ ସହ ବିଭିନ୍ନ ସାମଗ୍ରୀ ଦୋକାନରେ ବସ୍ତା ବସ୍ତା ରଖାଯାଇଥିବା ପୌର କର୍ମଚାରୀମାନେ ଦେଖିବାକୁ ପାଇଥିଲେ। ଚଢ଼ାଉ ସମୟରେ କେତେକ ବ୍ୟବସାୟୀଙ୍କଠାରୁ ଜରିମାନା ଆଦାୟ କରାଯାଇଥିଲା। ଅନ୍ୟ କେତେଜଣଙ୍କଠାରୁ ଅଳ୍ପ ପରିମାଣର ପଲିଥିନ ମିଳିଥିବାରୁ ସେମାନଙ୍କୁ ପଲିଥିନ ନ ରଖିବାକୁ ଚେତାବନୀ ଦିଆଯାଇଥିଲା।
ଏ ନେଇ ପୌର ନିର୍ବାହୀ ଯନ୍ତ୍ରୀ ସୀମାଞ୍ଚଳ ମିଶ୍ରଙ୍କୁ ପଚାରିବାରେ କହିଛନ୍ତି, ସହରରେ ପଲିଥିନ ବ୍ୟବହାର ନ କରିବା ପାଇଁ ପ୍ରଥମେ ଲୋକଙ୍କୁ ସଚେତନ କରାଯାଇଛି। ଏହାପରେ ସୋମବାର ଠାରୁ ବିଭିନ୍ନ ଦୋକାନ ଓ ବ୍ୟବସାୟୀଙ୍କ ଉପରେ ଚଢ଼ାଉ କରାଯାଉଛି। ଆଗକୁ ଏହି ଚଢ଼ାଉ ଜାରି ରହିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri