ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ୍ୟୁକୁ ନେଇ ପ୍ରଧାନ ଶିକ୍ଷକ ନିଲମ୍ବିତ

ଜଳେଶ୍ୱର, ୨୨।୧(ଡି.ଏନ.ଏ./ସ୍ବ.ପ୍ର.): ଜଳେଶ୍ୱର ନୋଡ଼ାଲ ଟାଉନ ହାଇସ୍କୁଲର ବାର୍ଷିକ ଉତ୍ସବ ପାଇଁ ନିମନ୍ତ୍ରଣପତ୍ର ବାଣ୍ଟିବାକୁ ଯାଇଥିବା ଜଣେ ଛାତ୍ରଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଦାୟୀ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଭବାନୀ ଶଙ୍କର ପାଳଙ୍କ ବିରୋଧରେ ବାଲେଶ୍ୱର ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆଦେଶ (ନଂ-୫୧୨/୧୭ା୧ା୨୦) ଅନୁଯାୟୀ ତାଙ୍କୁ ନିଲମ୍ବିତ କରିଛନ୍ତି। ନିଲମ୍ବିତ ପ୍ରଧାନ ଶିକ୍ଷକଙ୍କ ମୁଖ୍ୟ କାର୍ଯ୍ୟାଳୟ ଭାବେ କମର୍ଦ୍ଦାସ୍ଥିତ ଜଗନ୍ନାଥ ହାଇସ୍କୁଲକୁ ବଦଳି କରାଯାଇଛି।
ଗତ ଡିସେମ୍ବର ୨୦ତାରିଖରେ ଜଳେଶ୍ୱର ଟାଉନ ନୋଡ଼ାଲ ହାଇସ୍କୁଲର ଦଶମ ଶ୍ରେଣୀ ଛାତ୍ର ସବ୍ୟସାଚୀ ବେହେରା ବାର୍ଷିକ ଉତ୍ସବ ଉପଲକ୍ଷେ ନିମନ୍ତ୍ରଣପତ୍ର ବାଣ୍ଟିବା ପାଇଁ ଯାଇଥିବା ବେଳେ ନୂଆବଜାର ରେଳ ଫାଟକ ନିକଟରେ ଏକ ଇଟା ବୋଝେଇ ଇଞ୍ଜିନ ଚାଳିତ ରିକ୍ସା ଓଲଟି ପଡ଼ିବାରୁ ତାଙ୍କର ମୃତ୍ୟୁ ହୋଇଥିଲା। ଛାତ୍ରଙ୍କ ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ଏଥିନେଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଦାୟୀ କରିବା ସହିତ ଦାୟୀ ଶିକ୍ଷକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଥିଲେ। ନିମନ୍ତ୍ରଣପତ୍ର ବାଣ୍ଟିବା ପାଇଁ ପିଅନକୁ ନ ପଠାଇ ଛାତ୍ରମାନଙ୍କୁ ପଠାଇଥିବାରୁ ପ୍ରଧାନ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲା ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri