ସଡ଼କ ଦୁର୍ଘଟଣାରେ ବୃଦ୍ଧଙ୍କ ଜୀବନ ଗଲା

ପାଟଣା,୯।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଚାକୁଣ୍ଡାପାଳ ପଞ୍ଚାୟତ ସରଧାପୁର ବାୟା ମୁଣ୍ଡା ସାହିର ପାଣୁ ନାଏକ (୭୩) ନାମକ ଜଣେ ବୃଦ୍ଧଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ପାଣୁ ଶନିବାର ସକାଳୁ କେନ୍ଦୁଝର-ପାଟଣା ରାସ୍ତାର ଶ୍ୟାମସୁନ୍ଦର ପୁର ଆଡ଼କୁ ଚାଲି ଚାଲି ଯାଉଥିବା ବେଳେ କେନ୍ଦୁଝର ପାର୍ଶ୍ୱରୁ ଏକ ବାଇକ ଚାଳକ ଆସି ଧକ୍କା ଦେବାରୁ ପାଣୁ ଗୁରୁତର ହୋଇପଡ଼ିଥିଲେ। ଗୁରୁତର ଅବସ୍ଥାରେ ବାଇକ ଚାଳକ ତାଙ୍କୁ କେନ୍ଦେଇପଶି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେଠାରୁ ଚାଳକ ଜଣଙ୍କ ଛାଡି ଚାଲି ଯାଇଥିଲେ। ପରେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିଆଯାଇଥିଲେ ହେଁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ତୁରୁମୁଙ୍ଗା ଥାନାରେ ଏକ ଦୁର୍ଘଟଣା ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri