ସଡ଼କ ଦୁର୍ଘଟଣାରେ ଶିଶୁ କଳାକାର ମୃତ

ମୁମ୍ବାଇ: ‘ସଙ୍କଟମୋଚନ ହନୁମାନ’ ଓ ‘ସସୁରାଲ ସିମର କା’ ଭଳି ପ୍ରମୁଖ ସିରିୟଲରେ କାମ କରିଥିବା ଟେଲି ଶିଶୁ କଳାକାର ଶିବଲେଖ ସିଂହଙ୍କ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୪ ବର୍ଷ ହୋଇଥିଲା। ଗୁରୁବାର ଅପରାହ୍ନରେ ଛତିଶଗଡ଼ ବିଳାସପୁରରୁ ରାୟପୁରକୁ ଯାଉଥିବା ବେଳେ ବାହରି ଅଞ୍ଚଳରେ ଶିବଲେଖଙ୍କ କାର ସହ ଏକ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ଶିବଲେଖଙ୍କ ମୃତ୍ୟୁ ହୋଇଥିବା ବେଳେ କାରରେ ଥିବା ତାଙ୍କ ମା’ ଲେଖନା, ବାପା ଶିବେନ୍ଦ୍ର ଓ ସମ୍ପର୍କୀୟ ନବୀନ ସିଂହ ଆହତ ହୋଇଛନ୍ତି। ତେବେ ଶିବଲେଖଙ୍କ ମା’ଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଦୁର୍ଘଟଣା ଘଟାଇବା ପରେ ଘଟଣାସ୍ଥଳରେ ଟ୍ରକ ଛାଡ଼ି ଚାଳକ ଫେରାର ହୋଇଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ଟ୍ରକକୁ ଜବତ କରିବା ସହ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ସୂଚନାଯୋଗ୍ୟ, ଶିବଲେଖ ଏକ ଗଣମାଧ୍ୟମକୁ ସାକ୍ଷାତକାର ଦେବାକୁ ପରିବାର ଲୋକଙ୍କ ସହ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ସେ ବହୁ ହିନ୍ଦୀ ସିରିୟଲରେ କାମ କରିଛନ୍ତି। ‘ସଙ୍କଟ ମୋଚନ ହନୁମାନ’, ‘ବାଲବୀର’ ଓ ‘ସସୁରାଲ ସିମର କା’ରେ ତାଙ୍କର ଅଭିନୟକୁ ବହୁ ପ୍ରଂଶସା କରାଯାଇଥିଲା। ଏଥିସହ ସେ କିଛି ରିଅଲିଟି ଶୋ’ରେ ମଧ୍ୟ ଅଂଶଗ୍ରହଣ କରିଥିଲେ। ତେବେ ଏହି ଖବର ସାମ୍ନାକୁ ଆସିବା ପରେ ଟେଲି ଜଗତରେ ଏବେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନା ବିମାନ କ୍ରାଶ୍‌: ୫ ଯବାନ ଶହୀଦ

ନୂଆଦିଲ୍ଲୀ,୧୩।୬: ଶନିବାର ଆସାମର ଜୋରହାଟରେ ଏକ ଭାରତୀୟ ବାୟୁସେନା (IAF) AN-32 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ପାଞ୍ଚ ଜଣ ବାୟୁସେନା କର୍ମଚାରୀ ପ୍ରାଣ ହରାଇଛନ୍ତି।…

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ବୁର୍ଲା ଏମସିଏଲର ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା, କ୍ୱାର୍ଟରରୁ ଝୁଲନ୍ତା ମୃତଦେହ ଉଦ୍ଧାର

ସମ୍ବଲପୁର,୧୩।୬,(ପ୍ରମୋଦ ବହିଦାର): ବୁର୍ଲା ଆନନ୍ଦ ବିହାର ସ୍ଥିତ ମହାନଦୀ କୋଲଫିଲ୍ଡସ ଲିମିଟେଡ(ଏମସିଏଲ)ର ଜଣେ ମହିଳା କର୍ମଚାରୀ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ମୃତ ମହିଳା ଜଣକ ହେଉଛନ୍ତି…

ଇତିହାସ ରଚିଲା ‘ମାଇକେଲ’: ବିଶ୍ୱପ୍ୟାପୀ ଚମତ୍କାର ପ୍ରଦର୍ଶନ

ମାଇକେଲ ଜ୍ୟାକସନଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ’ ବକ୍ସ ଅଫିସ୍‌ରେ ଚମତ୍କାର ପ୍ରଦର୍ଶନ କରିଛି। ଏହା ନମ୍ବର ୧ ମ୍ୟୁଜିକାଲ ବାୟୋପିକ ପାଲଟିଛି। ପୂର୍ବ ରେକର୍ଡଧାରୀ…

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri