ସଡ଼କ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ

କୋକସରା,୨୬।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ବୁଧବାର ସଡ଼କ ସୁରକ୍ଷା ନେଇ ସଚେତନତା କାର୍ଯ୍ୟକ୍ରମ ଅୟୋଜନ କରାଯାଇଛି । ଥାନା ଅଧିକାରୀ ସତ୍ୟାନନ୍ଦ ପାତ୍ରଙ୍କ ନେତୃତ୍ୱରେ ମୋଟର ଯାନ ଆଇନକୁ ନେଇ ପୋଲିସ କର୍ମଚାରୀ, ଜବହାର ଉଚ୍ଚ ବିଦ୍ୟାପିଠ ଛାତ୍ରୀଛାତ୍ର ଓ ଶିକ୍ଷକମାନେ ଭାଗ ନେଇ ଲୋକମାନଙ୍କ ମଧ୍ୟରେ ଜନସଚେତନତା ସୃଷ୍ଟି କରିଥିଲେ। ଦୁଇ ଚକିଆ ଯାନରେ ଯାତ୍ରା କରୁଥିବାବେଳେ ହେଲମେଟ ବ୍ୟବହାର ସହ ଟ୍ରାଫିକ ନିୟମ ମାନି ଗାଡି ଚଳାଇବାକୁ ବୁଝାଇଥିଲେ। ରାସ୍ତାରେ ଦୁଇ ଚକିଆ ଯାନରେ ବିନା ହେଲମେଟରେ ଯାଉଥିବା ଚାଳକମାନଙ୍କୁ ଗୋଲାପ ଫୁଲ ଓ ଚକୋଲେଟ ଦେଇ ନିଜର ଭୁଲ ବୁଝିବା ସହ ଆଗାମୀ ଦିନରେ ସୁରକ୍ଷିତ ଯାତ୍ରା କରିବା ପାଇଁ ବୁଝାଇଥିଲେ। ଏହି ଅଭିଯାନରେ କୋକସରା ମହିଳା ଏଏସଆଇ, ମୋଟେର ଫାଣ୍ଡି ଅଧିକାରୀ ଶେଖର ଜେନା, ମହିଳା କନଷ୍ଟେବଳ ସୁଜତା ଦାସ, ଚନ୍ଦନ ମହାପାତ୍ର, ଶୈଳେସ ସିଂ, ଚନ୍ଦ୍ର ମାଝି, କୁଶଧ୍ୱଜ ନାଏକଙ୍କ ସହିତ ଜବହାର ଉଚ୍ଚ ବିଦ୍ୟାପୀଠ ଶିକ୍ଷକ ଖଗେଶ୍ୱର ମାଝି, ବନିତାରାଣୀ ଦତ୍ତ, ମଧୁସ୍ମିତା ନାଏକ, ସୀମାରାଣୀ ସିଂ ପ୍ରମୁଖ ଉପସ୍ଥିତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି: ଉପରୁ ଖସିଲା ସିଲିଂ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri