ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଯାପିତ, ପୁରୀ ଜିଲାକୁ ଦୁର୍ଘଟଣାମୁକ୍ତ କରିବା ଲାଗି ଆହ୍ବାନ

ପୁରୀ ଅଫିସ,୧୭।୧: ପୌର ସଦନଠାରେ ଶୁକ୍ରବାର ୩୧ତମ ସଡକ ସୁରକ୍ଷା ସପ୍ତାହ ଉଦ୍‌ଯାପନୀ ଦିବସ ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ ପରିବହନ ଅଧିକାରୀ ସମୀର କୁମାର ଦଳାଇଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ଅତିରିକ୍ତ ଜିଲାପାଳ ପ୍ରଦୀପ ସାହୁ ମୁଖ୍ୟ ଅତିଥି, ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶ ଓ ଅତିରିକ୍ତ ଏସ୍‌ପି ପ୍ରଦୀପ କୁମାର ସ୍ବାଇଁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବିଭିନ୍ନ ସ୍କୁଲ କଲେଜର ବିଦ୍ୟାର୍ଥୀ, ଟ୍ରାଫିକ ପୋଲିସ, ସ୍ବେଚ୍ଛାସେବୀ ଯୋଗ ଦେଇଥିଲେ।
ଦେଶରେ ୨୦୧୮-୧୯ ରେ ୪ଲକ୍ଷ ୬୭ ହଜାର ସଡକ ଦୁର୍ଘଟଣା ଘଟୁଥିବା ବେଳେ ୧ଲକ୍ଷରୁ ଊର୍ଦ୍ଧ୍ୱ ପ୍ରାଣହାନୀ ଘଟିଛି। ଓଡ଼ିଶାରେ ୨୦୧୮-୧୯ରେ ୧୧,୫୦୦ ଦୃର୍ଘଟଣା ଘଟିଥିବା ବେଳେ ୫ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଛି । ୨୦୧୯ରେ ୮,୩୦୦ ଦୁର୍ଘଟଣା ଘଟିଥିବା ବେଳେ ୪ହଜାରରୁ ଊର୍ଦ୍ଧ୍ୱ ପ୍ରାଣହାନୀ ଘଟିଛି । ୮୦ପ୍ରତିଶତ ଦୁର୍ଘଟଣା କେବଳ ମଦ୍ୟପାନ ଯୋଗୁ ହେଉଛି। ବାଇକଆରୋହୀ ହେଲମେଟ ପିନ୍ଧନ୍ତୁ, କାର ସିଟ ବେଲ୍ଟ ବାନ୍ଧନ୍ତୁ। ଟ୍ରାଫିକ ନିୟମ ମାନନ୍ତୁ। ଏଥିସହ ପୁରୀ ଜିଲାକୁ ଦୁର୍ଘଟଣାମୁକ୍ତ କରିବା ଲାଗି ଅତିଥିମାନେ ଆହ୍ବାନ ଦେଇଥିଲେ। ସଚେତନ ଦ୍ବାରା ଦୁର୍ଘଟଣାକୁ ରୋକାଯାଇ ପାରିବ ବୋଲି କାର୍ଯ୍ୟକ୍ରମରେ ମତ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri