Posted inଜାତୀୟ

ସତସଙ୍ଗ ପକ୍ଷରୁ କୋଭିଡ୍‌-୧୯ ମୁକାବିଲା ପାଇଁ ପିଏମ୍‌ କେୟାର୍ସ ପାଣ୍ଠିକୁ ୧୦ କୋଟି ଦାନ

ଦେଓଘର,୯।୪: କରୋନା(କୋଭିଡ୍‌-୧୯) ସଂକ୍ରମିତଙ୍କ ସଂଖ୍ୟା ପୃଥିବୀରେ ବଢ଼ିବାରେ ଲାଗିଛି। ଭାରତରେ କରୋନା ଯୋଗୁ ଅଚଳାବସ୍ଥା ସୃଷ୍ଟି ହୋଇଛି।  ସ୍ଥିତିକୁ ସ୍ବାଭାବିକ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶବାସୀ ଏକଜୁଟ ହୋଇଛନ୍ତି। ଏହି ମର୍ମରେ ସତସଙ୍ଗର ପୂଜ୍ୟପାଦ ଆଚାର୍ଯ୍ୟ ଦେବ ଶ୍ରୀଶ୍ରୀଦାଦା କୋଭିଡ୍‌-୧୯ ମୁକାବିଲା ପାଇଁ ପିଏମ୍‌ କେୟାର୍ସ ପାଣ୍ଠିକୁ ୧୦ କୋଟି ଦାନ ଦେଇଛନ୍ତି। ଏ ସମ୍ପର୍କରେ ଝାଡ଼ଖଣ୍ଡର ଦେଓଘରସ୍ଥିତ ମୁଖ୍ୟ ସତସଙ୍ଗ ଆଶ୍ରମର ସେକ୍ରେଟାରୀ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, କରୋନା ଯୋଗୁ ଭାରତରେ ସୃଷ୍ଟି ହୋଇଥିବା ପରିସ୍ଥିତିର ମୁକାବିଲା ଲାଗି ଶ୍ରୀଶ୍ରୀଠାକୁର ଅନୁକୂଳଚନ୍ଦ୍ରଙ୍କର ଅନୁସାରୀ ଏବଂ ଅନୁଗାମୀ ସତସଙ୍ଗୀମାନେ ସମ୍ମିଳିତ ହୋଇ ସରକାରଙ୍କୁ ସହାୟତାର ହାତ ବଢ଼ାଇଛନ୍ତି। ସଭିଏଁ କିପରି ସରକାରୀ ନିର୍ଦ୍ଦେଶକୁ ମାନିବେ ଏବଂ ସୁରକ୍ଷିତ ରହିବେ ସେନେଇ ସତସଙ୍ଗୀମାନଙ୍କ ପକ୍ଷରୁ ଉଦ୍ୟମ ଅବ୍ୟାହତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଶନଙ୍କ ବିସ୍ଫୋରକ ବ୍ୟାଟିଂ, ସନ୍‌ରାଇଜର୍ସର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ, ୧୩।୪: ଅଧିନାୟକ ଇଶାନ କିଶନଙ୍କ ବିସ୍ଫୋରକ ବ୍ୟାଟିଂ ପରେ ପ୍ରଫୁଲ୍ଲ ହିଙ୍ଗେ ଓ ସାକିବ ହୁସେନଙ୍କ ଡ୍ରିମ୍‌ ଡେବ୍ୟୁ ବଳରେ ସନ୍‌ରାଇଜର୍ସ ହାଇଦ୍ରାବାଦ ସୋମବାର ଅନୁଷ୍ଠିତ…

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri