ସତ୍ୟବାଦୀର ବିକାଶ ମୋର ପ୍ରାଥମିକତା: ଉମାକାନ୍ତ ସାମନ୍ତରାୟ

ପୁରୀ ଅଫିସ,୨୪।୫: ସତ୍ୟବାଦୀରେ ପ୍ରଥମ ଥର ଲାଗି ଖାତା ଖୋଲିଛି ବିଜେଡି। ବିଜେଡି ପ୍ରତିଷ୍ଠା ପରଠାରୁ ଏଠାରେ କେବେହେଲେ ଜିତିପାରି ନ ଥିଲା। ହେଲେ ଏଥର ବଦଳିଛି ଇତିହାସ। ବିଜେଡି ପ୍ରାର୍ଥୀ ଉମାକାନ୍ତ ସାମନ୍ତରାୟ ଭାଜପା ପ୍ରାର୍ଥୀ ଭାଜପା ପ୍ରାର୍ଥୀ ଓମ୍‌ପ୍ରକାଶ ମିଶ୍ରଙ୍କୁ ହରାଇଛନ୍ତି। ଏଠାରୁ କଂଗ୍ରେସ ପ୍ରାର୍ଥୀ ହୋଇଥିବା ପୂର୍ବତନ ପିସିସି ସଭାପ୍ତ ପ୍ରସାଦ ହରିଚନ୍ଦନଙ୍କୁ ତୃତୀୟ ସ୍ଥାନରେ ସନ୍ତୁଷ୍ଟ ହେବାକୁ ପଡ଼ିଛି। ଉମାକାନ୍ତ ନିଜ ବିଜୟରେ ଖୁସି ହୋଇ କହିଛନ୍ତି,
ନବୀନଙ୍କ ପ୍ରତି ଲୋକଙ୍କ ଶ୍ରଦ୍ଧା ଓ ବିଶ୍ୱାସ ପ୍ରମାଣ କରିଛି ୨୦୧୯ ସାଧାରଣ ନିର୍ବାଚନର ଫଳାଫଳ। ଓଡିଶାବାସୀ ପୁଣି ଥରେ ନବୀନଙ୍କ ପ୍ରତି ଆସ୍ଥା ପ୍ରକଟ କରିଛନ୍ତି । ପୂର୍ବରୁ ମୁଁ ସ୍ବାଧୀନ ପ୍ରାର୍ଥୀ ଭାବେ ୨୦୧୪ରେ ବିଜୟଲାଭ କରିଥିଲି। ୨୦୧୯ରେ ବିଜେଡି ପ୍ରାର୍ଥୀ ଭାବେ ପୁଣି ଥରେ ଜନତାଙ୍କ ସମର୍ଥନ ପାଇଛି । ବିକାଶକୁ ସର୍ବଦା ପ୍ରାଥମିକତା ଦେଇ ଆସିଛି। ପାନୀୟ ଜଳ ଯୋଗାଣ, ମେଗା ଗ୍ରୀଡ ଷ୍ଟେଶନ, ୩୩କେଭି ବିଦ୍ୟୁତ ସଂଯୋଗୀକରଣ, କୋର୍ଟ ସ୍ଥାପନା, ଉନ୍ନତମାନର ଷ୍ଟାଡିୟମ ନିର୍ମାଣ କରିଛି। ଐତିହ୍ୟ କୀର୍ତ୍ତି ବକୁଳବନର ପୁନରୁଦ୍ଧାର ଲାଗି ଉଦ୍ୟମ କରିଛି। ଏହି ଐତିହ୍ୟ କୀର୍ତ୍ତିର ସୁରକ୍ଷା ତଥା ଖୁବଶୀଘ୍ର ଓଡିଆ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ଷମ ନେଇ ଚେଷ୍ଟା ରହିବ। ଆଗାମୀ ଦିନରେ ଦଳରେ ରହିଥିବା ମତଭେଦକୁ ଦୂରକରି ସାଙ୍ଗଠନିକ କାର୍ଯ୍ୟକୁ ସୁଦୃଢ ଲାଗି ଉଦ୍ୟମ କରିବି। ଆମ ହାତରୁ ପୁରୀ ଓ ବ୍ରହ୍ମଗିରି ବିଧାନସଭା ନିର୍ବାଚନମଣ୍ଡଳୀ ହାତରୁ ଚାଲିଯାଇଛି। ଜିଲାର ଅନ୍ୟ ଆସନରେ ଦଳ ବିଜୟ ଲାଭ କରିଛି । ବିଜେଡି ପ୍ରତି ଲୋକଙ୍କ ବହୁ ଆଶା ରହିଛି । ନବୀନଙ୍କ ନେତୃତ୍ୱରେ ଓଡିଶାର ବିକାଶ ଧାରା ଜାରି ରହିବ। ସତ୍ୟବାଦୀକୁ ନମ୍ବର ୱାନ କରିବା ଲାଗି ଚେଷ୍ଟା କରିବି ବୋଲି ଉମାକାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri