ସତ୍ୟବାଦୀ ନିର୍ବାଚନମଣ୍ଡଳୀ: ୧୧ ବୁଥ୍‌ରେ ସାନି ମତଦାନ ଦାବି

ପୁରୀ ଅଫିସ,୨୫ା୪: ସତ୍ୟବାଦୀ ନିର୍ବାଚନମଣ୍ଡଳୀର ୭୮ ନଂ. ବୁଥ୍‌ରେ ଭାଜପା ଏଜେଣ୍ଟଙ୍କୁ ପୂରାଇ ଦିଆଯାଇ ନ ଥିବା ଅଭିଯୋଗ ଆଣିଛନ୍ତି ଭାଜପାର ବରିଷ୍ଠ ନେତା କୃଷ୍ଣଚନ୍ଦ୍ର ଜଗଦ୍ଦେବ । ବୁଧବାର ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଜଗଦ୍ଦେବ କହିଛନ୍ତି ଯେ, ପୂର୍ବରୁ ବିଜେଡି ନେତୃବୃନ୍ଦ ବୁଥ୍‌ କ୍ୟାପ୍‌ଚରିଂ କରିଥିବାର ନଜିର ରହିଛି। ତେଣୁ ନିର୍ବାଚନମଣ୍ଡଳୀର ୧୧ଟି ବୁଥ୍‌ ଯଥା ଆଳିପଡ଼ାର ୯୯ ନଂ. ବୁଥ୍‌, ନୂଆଗଁାର ୧୦୦, ଦୋଛିଅଁାର ୧୦୧, ଅଡାଲର ୧୦୨, ବଡାଲର ୧୦୩, ଜାଗୁଳାଇପଦରର ୧୦୭ ଓ ୧୦୮, ବଡ଼ଓରାର ୧୦୯, ଓଗାଳପୁରର ୧୧୩, ଗୋପୀନାଥପୁରର ୧୧୪ ଏବଂ ବୀରକେଶରୀପୁରର ୭୮ ନଂ. ବୁଥ୍‌ରେ ସିସିଟିଭି କ୍ୟାମେରା ସାଙ୍ଗକୁ ଆବଶ୍ୟକ ସୁରକ୍ଷା ବଳ ନିୟୋଜିତ ଲାଗି ଜିଲାପାଳଙ୍କୁ ଜଣାଇଥିଲୁ। କିନ୍ତୁ ଏ ନେଇ କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ଫଳରେ ମଙ୍ଗଳବାର ଏହି ବୁଥ୍‌ଗୁଡ଼ିକ ମଧ୍ୟରୁ ୭୮ନଂ. ସମେତ ଅଧିକାଂଶ ବୁଥ୍‌ରେ ଭାଜପା ଏଜେଣ୍ଟକୁ ବସାଇ ଦିଆଗଲାନାହିଁ । ତେଣୁ ଏଠାରେ ନିରପେକ୍ଷ, ଅବାଧ ମତଦାନ ହୋଇ ନାହିଁ। ଏହି ୧୧ଟି ବୁଥ୍‌ରେ ସାନି ମତଦାନ ପାଇଁ ଆମେ ଜିଲା ପ୍ରଶାସନ ନିକଟରେ ଦାବି କରୁଛୁ। ସେହିପରି ଭାଜପା ପ୍ରାର୍ଥୀ ଓମ୍‌ପ୍ରକାଶଙ୍କ ବିରୋଧରେ ଯେଉଁ ଅଭିଯୋଗ ଆସିଛି ସେ ସମ୍ପର୍କରେ ଜଗଦ୍ଦେବ କହିଥିଲେ, ଓମ୍‌ପ୍ରକାଶ କିମ୍ବା ତାଙ୍କ ସମର୍ଥକ ଇଭିଏମ୍‌ ଭଙ୍ଗାରୁଜା କରିନାହାନ୍ତି । ଓମ୍‌ପ୍ରକାଶଙ୍କୁ ବଦ୍‌ନାମ କରିବା ଲାଗି ଷଡ଼ଯନ୍ତ୍ର କରାଯାଇଛି। ବୁଥ୍‌ କ୍ୟାପ୍‌ଚରିଂ ଅଭିଯୋଗ ପାଇ ସେ ସେଠାକୁ ଯାଇଥିଲେ । ଇଭିଏମ୍‌ କିଏ ଭାଙ୍ଗିଲା ତାହାର ତଦନ୍ତ କରାଯିବା ଦରକାର ବୋଲି ଜଗଦ୍ଦେବ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ…

ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…

ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ…

୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ…

ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରେ ସୋନୁ ନିଗମଙ୍କ ଫଟୋ ଭାଇରାଲ: ଉଠିଲା ପ୍ରଶ୍ନବାଚୀ

ପୁରୁଣାଭୁବନେଶ୍ୱର,୧୭ା୭(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଗର୍ଭଗୃହରେ ବଲିଉଡ୍‌ କଣ୍ଠଶିଳ୍ପୀ ସୋନୁ ନିଗମ ପୂଜାର୍ଚ୍ଚନା କରୁଥିବା ସମୟର ଏକ ଫଟୋ ଗୁରୁବାର ସୋସିଆଲ…

ପ୍ରବଳ ବର୍ଷା, ଏହି ଜିଲାରେ ଆଜି ସ୍କୁଲ୍‌-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ

ସୋନପୁର,୧୭।୭; ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ପାଣିପାଗ ବିଭାଗ…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri