ସତ୍ୟର ଅନ୍ୟ ନାମ ସାମ୍ବାଦିକତା

ଜଗତ୍‌ସିଂହପୁର ଅଫିସ୍‌, ୧୭।୧:ସତ୍ୟର ଅନ୍ୟ ନାମ ସାମ୍ବାଦିକତା। ଗଣତନ୍ତ୍ରର ୪ର୍ଥ ସ୍ତମ୍ଭ ଗାନ୍ଧୀଙ୍କ ନୀତି ଓ ଆଦର୍ଶକୁ ଅନୁକରଣ କରିବା ଉଚିତ ବୋଲି ଗୁରୁବାର ଏକବିଂଶତମ ଜଗତ୍‌ସିଂହପୁର ପୁସ୍ତକ ମେଳାର ଦ୍ୱିତୀୟ ସନ୍ଧ୍ୟାରେ ଅନୁଷ୍ଠିତ ସାହିତ୍ୟ ଆସରରେ ଅତିଥି ଭାବେ ଯୋଗଦେଇ ପ୍ରାଧ୍ୟାପକ ଡ. ଅଜୟ କୁମାର ମିଶ୍ର କହିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ପଡ଼ିଆରେ ଆୟୋଜିତ ଏହି ସାହିତ୍ୟ ଆସରର ପ୍ରସଙ୍ଗ ଥିଲା ‘ସତ୍ୟର ପଥ ଓ ମହାତ୍ମା ଗାନ୍ଧୀ’। ଏହି ପ୍ରସଙ୍ଗରେ ଡ. ମିଶ୍ର ଏକଥା ମଧ୍ୟ କହିଥିଲେ, ଦେଶ ସ୍ବାଧୀନ ପାଇଁ ଜଗତ୍‌ସିଂହପୁରର ଅଳକା ଆଶ୍ରମରେ ରଣନୀତି ପ୍ରସ୍ତୁତ କରାଯାଉଥିଲା। ଆଶ୍ରମରେ ବହୁ ସଂଖ୍ୟାରେ ସ୍ବାଧୀନତା ସଂଗ୍ରାମୀ ରହି ତାଲିମ ନେଉଥିଲେ। ଗାନ୍ଧି ଯେତେବେଳେ ଏହି ଆଶ୍ରମରେ ପାଦ ଥାପିଥିଲେ, ସେତେବେଳେ ବିପ୍ଳବୀମାନଙ୍କ ମନରେ ବିପ୍ଳବର ବହ୍ନି ପ୍ରଜ୍ୱଳିତ କରିଥିଲା। ସ୍ବାଧୀନତା ଆନ୍ଦୋଳନରେ ଜଗତ୍‌ସିଂହପୁରର ଅବଦାନ ଅତୁଳନୀୟ। ରବି ନାରାୟଣ ଦାସ ମଧ୍ୟ ଅତିଥି ଭାବେ ଯୋଗଦେଇ ଗାନ୍ଧୀଙ୍କ ନୀତି ଓ ଆଦର୍ଶ ଉପରେ ବର୍ଣ୍ଣନା କରିଥିଲେ। ସାହିତ୍ୟ ଆସର ଶହୀଦ ପ୍ରସନ୍ନ ସାହୁଙ୍କ ନାମରେ ଉତ୍ସର୍ଗୀକୃତ ହୋଇଥିଲା। ଜଗତ୍‌ସିଂହପୁର ସାଂସ୍କୃତିକ ପରିଷଦ କାର୍ଯ୍ୟକାରୀ ଅଧ୍ୟକ୍ଷ ବିପ୍ଳବ ଚୌଧୁରୀଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ଡ. ବାବାଜି ଚରଣ ପଟ୍ଟନାୟକ ଯୋଗଦେଇଥିଲେ। ମହାତ୍ମା ଗାନ୍ଧୀ ଗୀତାରୁ ସତ୍ୟର ସନ୍ଧାନ ପାଇଥିଲେ ବୋଲି ଡ. ପଟ୍ଟନାୟକ କହିଥିଲେ। ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତି ଗାନ୍ଧୀଙ୍କ ଚିନ୍ତା ଓ ଚେତନା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି ଅବସରରେ ୨୧ ବର୍ଷ ଧରି ଏହି ପୁସ୍ତକ ମେଳା ଚାଲିଥିବାରୁ ଜଗତ୍‌ସିଂହପୁର ସାଂସ୍କୃତିକ ପରିଷଦ କର୍ମକର୍ତ୍ତାମାନଙ୍କୁ ସେ ସାଧୁବାଦ ଜଣାଇଥିଲେ। ଅଧ୍ୟାପକ ସୁଧୀର ମହାନ୍ତି ଅତିଥି ପରିଚୟ କରିବା ସହ ସ୍ବାଗତ ଭାଷଣ ଓ ପ୍ରସନ୍ନ ସାହୁଙ୍କ ସ୍ମୃତିଚାରଣ କରିଥିଲେ। ପରିଷଦର ଯୁଗ୍ମ ସମ୍ପାଦକ ନରେଶ ଦାସ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ତୃପ୍ତି ରଞ୍ଜନ ଦାସଙ୍କ ଲିଖିତ ପୁସ୍ତକ ‘ଆକାଂକ୍ଷିତ ସନ୍ଧ୍ୟାଟିଏ’ ଉନ୍ମୋଚିତ ହୋଇଥିଲା। ଶେଷରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଶଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

ଦିଗପହଣ୍ଡିରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ: ସେନସସ ୱେବସାଇଟ୍‌ରେ ତଥ୍ୟ ପ୍ରଦାନ କଲେ ନଗରପାଳ

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରାଞ୍ଚଳରେ ଜାତୀୟ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଗୁରୁବାରଠାରୁ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri