ସଦର ରେଞ୍ଜ୍‌ରେ ବୁଲୁଛି ବାଘ

ଭାପୁର, ୨୦।୧୦(ଡି.ଏନ୍‌.ଏ.)

ଢେଙ୍କାନାଳ ସଦର ରେଞ୍ଜ ମାଟିଆମୁଣ୍ଡିଆ ପାହାଡ଼ ପାଦଦେଶରେ ଏକ କଲରାପତରିଆ ବାଘ ବୁଲୁଥିବା ବନ ବିଭାଗ ସ୍ପଷ୍ଟ କରିଛି। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଥିବାବେଳେ ପାହାଡ଼ତଳି ଅଞ୍ଚଳର ଲୋକଙ୍କୁ ସତର୍କ ରଖିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।
ପ୍ରତ୍ୟକ୍ଷଦର୍ଶୀଙ୍କ କହିବା କଥା, ପ୍ରାୟ ସପ୍ତାହେ ହେବ ଉକ୍ତ ବାଘ ପାହାଡ଼ ଆଖପାଖ ଅଞ୍ଚଳରେ ଘୂରି ବୁଲୁଛି। କେତେବେଳେ ସଦର ରେଞ୍ଜ ତ ଆଉ କେତେବେଳେ ତିଗିରିଆ ବନାଞ୍ଚଳରେ ବାଘଟି ବିଚରଣ କରୁଥିବା ଦେଖିବାକୁ ମିଳୁଛି। ଏ ସମ୍ପର୍କରେ ସ୍ଥାନୀୟ ଲୋକେ ଜିଲା ବନଖଣ୍ଡ ଅଧିକାରୀଙ୍କୁ ଅବଗତ କରାଇଥିଲେ। ଡିଏଫ୍‌ଓଙ୍କଠାରୁ ସୂଚନା ପାଇ ବନପାଳ ପ୍ରଭାକର ରଣା ଘଟଣାର ସତ୍ୟାସତ୍ୟ ଜାଣିବାକୁ ଉକ୍ତ ଅଞ୍ଚଳ ପରିଦର୍ଶନ କରି ବାଘ ପଞ୍ଝା ଚିହ୍ନ ଠାବ କରିଥିଲେ। ଗତ ମାସରେ ତିଗିରିଆ ବନାଞ୍ଚଳରେ ଏକ କଲରାପତିରିଆ ବାଘର ମୃତଦେହ ଉଦ୍ଧାର କରାଯାଇଥିଲା। ଏକାକୀ ବୁଲୁଥିବା ଏହି ବାଘ ସମ୍ଭବତଃ ତା’ର ସାଥୀ ବୋଲି ଅନୁମାନ କରାଯାଉଛି। ହେଲେ ଏହା ସ୍ପଷ୍ଟ ହୋଇନାହିଁ। ବାଘଟିର ସୁରକ୍ଷା ଲାଗି ଏହାର ଗତିବିଧି ଉପରେ ନଜର ରଖାଯାଇଥିବା ବନପାଳ କହିଛନ୍ତି। ପ୍ରଥମରୁ ହାତୀ ଉପଦ୍ରବରେ ଅଞ୍ଚଳବାସୀ ଅତିଷ୍ଠ ହୋଇ ରହିଥିବାବେଳେ ଏବେ ସେମାନଙ୍କୁ ଘାରିଛି ବାଘ ଭୟ। ଲୋକମାନେ ଭାପୁର-ଅଭିମାନପୁର ରାସ୍ତାରେ ଯାତାୟାତ କରିବାକୁ ସୁରକ୍ଷିତ ମଣୁନାହାନ୍ତି। ବନ ବିଭାଗ ପକ୍ଷରୁ ଅଞ୍ଚଳରେ କଡ଼ା ପାଟ୍ରୋଲିଂ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ବିପଦ ସାଜିଲା ଓଭରଟେକ୍‌, ବିଲକୁ ପଶିଗଲା ୨ ବସ୍‌, ଆଉ ତା’ ପରେ…

ସାଲେପୁର,୧୧ା୪(ଅରବିନ୍ଦ ଭୂୟାଁ): ସାଲେପୁର ଥାନା ଅଧୀନ କଟକ ସାଲେପୁର ରାସ୍ତାର ଭାତପଡ଼ା ଛକ ନିକଟରେ ଶନିବାର ସକାଳେ ଦୁଇଟି ଘରୋଇ ବସ୍‌ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ଦୁର୍ଘଟଣାଗ୍ରସ୍ତ…

ବିମାନରେ ଏକାଠି ବସିଲେ ନବୀନ-ପୀତାମ୍ବର: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ନୂଆଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ତାଙ୍କ ବଡ଼ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ଗତ ୨ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri