ସଦ୍ୟ ନିୟମିତ ଶିକ୍ଷକଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

ରଣପୁର,୨୯ା୭ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ଅନ୍ତର୍ଗତ ବ୍ରଜେନ୍ଦ୍ର ଚନ୍ଦ୍ର ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ରବିବାର ଏକ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଦ୍ୟ, ନିୟମିତଥିବା ୨୦୧୧ ବ୍ୟାଚ୍‌ର ୬୧ଜଣ ଶିକ୍ଷା ସହାୟକ, ଶିକ୍ଷୟିତ୍ରୀ/ ଶିକ୍ଷକମାନଙ୍କୁ ନୂତନ ପେନସନ୍‌ ଯୋଜନା ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ମୁଖ୍ୟଅତିଥି ଭାବେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ନିରୂପମା ପ୍ରଧାନ, ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ନଣ୍ଡା ଦଳବେହେରା, ରଣପୁର ଏନ୍‌ଏସି ଅଧ୍ୟକ୍ଷା ସବିତା ଦାସ, ପୂର୍ବତନ ବ୍ଲକ ଶିକ୍ଷା ଅଧିକାରୀ କିଶୋର ଚନ୍ଦ୍ର କର, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରତ୍ନାକର ପାଣି ପ୍ରମୁଖ ଯୋଗଦେଇଥିଲେ । ପ୍ରାଥମିକ ଶିକ୍ଷକ ସଂଘ ସଭାପତି ପ୍ରଦୀପ ରଞ୍ଜନ ଖୁଣ୍ଟିଆ ସଭାପତିତ୍ୱ କରିଥିବାବେଳେ ସମ୍ପାଦକ ଅନିଲ କୁମାର ପାଇକରାୟ ବାର୍ଷିକ ବିବରଣୀ ପାଠ କରିଥିଲେ। ସଙ୍ଗୀତ କଳା ବିଦ୍ୟା ନିକେତନର ଅଧ୍ୟକ୍ଷ ସତ୍ୟ ନାରାୟଣ ମହାପାତ୍ର ମଞ୍ଚ ପରିଚାଳନା କରିଥିଲେ । ଶିକ୍ଷକ ସଂଘର ଏକତା ଓ ଦଳଗତ କାର୍ଯ୍ୟ ସଫଳତାର ଚାବିକାଠି ଏବଂ ଅଭ୍ୟାସ ଦ୍ୱାରା କାର୍ଯ୍ୟରେ ସଫଳତା ମିଳିଥାଏ ବୋଲି ଅତିଥିମାନେ ମତ ପ୍ରକାଶ କରିଥିଲେ। ପ୍ରାଥମିକ ଶିକ୍ଷକ ସଂଘ ସଭାପତି ପ୍ରଫୁଲ୍ଲ କୁମାର ବିଶ୍ୱାଳ, ଗଣଶିକ୍ଷକ ସଂଘ ସଭାପତି ପବିତ୍ର ପ୍ରଧାନ ଓ ସମ୍ପାଦକ ଭାଗବତ ଜେନା, ମଧ୍ୟ ଇଂରାଜୀ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଅଶୋକ କୁମାର ଦାଶ, ଶିକ୍ଷା ସହାୟକ ଶିକ୍ଷକ ସଂଘ ସଭାପତି ଜ୍ୟୋତି ରଞ୍ଜନ କର ଓ କୈଳାସ ଚନ୍ଦ୍ର ମାଝି, ପ୍ରଭାତ ଦଳବେହେରା, ଏନ୍‌ପିଏସ୍‌ ଶିକ୍ଷକ ସଂଘ ତରଫରୁ ସନ୍ତୋଷ କୁମାର ରାଉତରାୟ, ପବିତ୍ର ମୋହନ ସାମନ୍ତରାୟ, ପ୍ରଦୀପ କୁମାର ଜେନା, ଅଜୟ କୁମାର ସାହୁ, ସୁଶାନ୍ତ କୁମାର ପ୍ରଧାନ, ମନୋଜ କୁମାର ତ୍ରିପାଠୀ, ବସନ୍ତ ପରିଡା, ପ୍ରକାଶ ରଣହାନ୍ଦୋଳ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

ପ୍ରେମିକାଙ୍କୁ ଭେଟିବା ପାଇଁ କରିଥିଲେ ସୀମା ପାର୍, ଯୁବକଙ୍କୁ LOCରେ….

ଶ୍ରୀନଗର,୩୧ା୫: ଜମ୍ମୁ କଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଉରି ସେକ୍ଟରରେ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଭାରତୀୟ…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri