ସନ୍ତାନ ପ୍ରସବ କରି ମହିଳାଙ୍କ ମୃତ୍ୟୁ: ଉତ୍ତେଜନା, ଡାକ୍ତରଖାନା ସମ୍ମୁଖରେ ଧାରଣା

କର୍ଲାମୁଣ୍ଡା,୨୧।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ମଙ୍ଗଳବାର ଜଣେ ଗର୍ଭବତୀ ସନ୍ତାନ ପ୍ରସବ କରି ମୃତ୍ୟୁ ବରଣ କରିବା ପରେ ଉତ୍ତେଜନା ଦେଖାଦେଇଛି। କେଉଁ କାରଣରୁ ତାଙ୍କର ମୃତ୍ୟୁ ଘଟିଲା ଏହାର ତଦନ୍ତ ଦାବିରେ ରେଗେଡା ସମିତି ସଭ୍ୟ ଅରବିନ୍ଦ ଚୌଧୁରୀଙ୍କ ନେତୃତ୍ୱରେ ପୌରକେଲା ସମିତି ସଭ୍ୟ ସୀମାଞ୍ଚଳ ଭୋଇ, ସରର୍ଗୁଲ ମାଲପଡା ସମିତି ସଭ୍ୟ ଯଶୋବନ୍ତ ସାହୁ, ତାରାକାନ୍ତ ସାହୁ, ରାଧେଶ୍ୟାମ ବାଗ, କର୍ଲାମୁଣ୍ଡା ସରପଞ୍ଚ କୃଷ୍ଣଚନ୍ଦ୍ର ବାଗ ଓ ଜନସାଧାରଣ ପକ୍ଷରୁ ଗଣେଶ ବାଗ, ପର୍ଶୁରାମ ସାହୁ, ଅର୍ଜୁନ ସାହୁ, ଟିକେଧର ରଣା ପ୍ରମୁଖ ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଧାରଣା ଦେଇଥିଲେ। ସ୍ଥାନୀୟ କର୍ଲାମୁଣ୍ଡା ଫାଣ୍ଡି ଅଧିକାରୀ ଅଧିଶଚନ୍ଦ୍ର ବିଶ୍ୱାସ, ରିଷିଡା ଫାଣ୍ଡି ଅଧିକାରୀ ଲବରାମ ଛତ୍ରିଆ ଧାରଣା ସ୍ଥଳକୁ ଆସି ଧାରଣାରତ ଲୋକଙ୍କୁ ବୁଝାଇବାକୁ ଚେଷ୍ଟା କରିଥିଲେ। ଖବର ଲେଖା ହେବା ଯାଏ ଧାରଣା ଜାରି ରହିଥିବା ଜଣାପଡ଼ିଛି।
ଅନ୍ୟପଟେ ଶିଶୁ କନ୍ୟାର ଉପଯୁକ୍ତ ଚିକିତ୍ସା ପାଇଁ ସ୍ଥାନୀୟ ସିଡିପିଓ ପାର୍ବତୀ ସାହୁଙ୍କ ନେତୃତ୍ୱରେ ଆଇସିଡିଏସ ସୁପରଭାଇଜର ଉର୍ମିଳା ସାହୁ, ପୌରକେଲା ଅଙ୍ଗନୱାଡି କର୍ମୀ ଚନ୍ଦ୍ରକାନ୍ତି ସୁନା ୧୦୨ ଆମ୍ବୁଲାନ୍ସ ଯୋଗେ ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିବା ଜଣାପଡିଛି। ଏ ନେଇ ସିଡିଏମଓଙ୍କୁ ପଚାରିବାରୁ ମୁଁ ବର୍ତ୍ତମାନ ଭୁବନେଶ୍ୱରେ ଅଛି, କେଉଁ କାରଣରେ ମହିଳାଙ୍କ ମୃତ୍ୟୁ ଘଟିଛି ତାହାର ତଦନ୍ତ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

ଗାଜଲବାଡ଼ି ଘାଟି ସମ୍ପ୍ରସାରଣ ପାଇଁ ରାଜପଥ ଅବରୋଧ, ୧୫ ଦିନରେ ମରାମତି ପାଇଁ ପ୍ରତିଶ୍ରୁତି ପରେ…

ଦାରିଙ୍ଗବାଡ଼ି,୧୭ା୧୨(ଅରୁଣ ସାହୁ): ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟି ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜିଛି ଅସନ୍ତୋଷ। ବୁଧବାର ଗଞ୍ଜାମ-କନ୍ଧମାଳ ସୀମାବର୍ତ୍ତୀ...

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri