ସନ୍ଦିଗ୍ଧ କରୋନା ରୋଗୀଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ଗଲା

ସମ୍ବଲପୁର/ହେମଗିର,୨୭ା୨(ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାରରେ ଜଣେ ସନ୍ଦିଗ୍ଧ କରୋନା ସଂକ୍ରମଣ ରୋଗୀ ଭର୍ତ୍ତି ହୋଇଛନ୍ତି। ସେ ସୁନ୍ଦରଗଡ ଜିଲା ହେମଗିର ଅଞ୍ଚଳର ବୋଲି ଜଣାପଡିଛି। ରୋଗୀଙ୍କୁ ଆଇସୋଲେସନ୍‌ ବ୍ୟବସ୍ଥାରେ ରଖାଯାଇ ସ୍ବତନ୍ତ୍ର ଚିକିତ୍ସା କରାଯାଉଛି। ଏଥିପାଇଁ ଡା. ସୁଦର୍ଶନ ପୋଥାଳଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରାଯାଇଛି। ବୁଧବାର ରକ୍ତ ଓ ସ୍ବାପ୍‌ ନମୁନା ସଂଗ୍ରହ କରି ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସି ଲ୍ୟାବକୁ ପରୀକ୍ଷା ପାଇଁ ପଠାଯାଇଛି । ଭୁବନେଶ୍ୱରରୁ ଆବଶ୍ୟକ ପଡିଲେ ପୁଣେ ପରୀକ୍ଷା ପାଇଁ ନିଆଯିବ । ରିପୋର୍ଟ ଆସିଲା ପରେ ସଂକ୍ରମଣ ହୋଇଛି କି ନାହିଁ ଜଣାପଡିବ। ଏଥିପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ପୂର୍ବରୁ ଭିମ୍‌ସାର ପକ୍ଷରୁ ପ୍ରସ୍ତୁତ କରାଯାଇଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ରହିଛି । କାଶ ଓ ଜ୍ୱର ହେଉଛି । ରିପୋର୍ଟକୁ ଅପେକ୍ଷା କରାଯାଇଛି ବୋଲି ଡାକ୍ତର ପୋଥାଳ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ଜିଲା ହେମଗିର ବସୁନ୍ଧରା କୋଇଲା ଖଣି କାର୍ଯ୍ୟରତ ଜଣେ ଅଧିକାରୀଙ୍କ ଏହି ୨୩ ବର୍ଷୀୟ ପୁଅ ଦକ୍ଷିଣ କୋରିଆରେ ରିସର୍ଚ୍ଚ କରନ୍ତି। ଗତ ୨୨ ତାରିଖରେ ସେ ଦିଲ୍ଲୀରେ ଓହ୍ଲାଇଥିଲେ। ଦିଲ୍ଲୀ ବିମାନ ବନ୍ଦରରେ ତାଙ୍କଠାରେ କରୋନା ଭାଇରାସ ଉପରେ ଯାଞ୍ଚ କରାଯିବାରୁ ନେଗେଟିଭ ରିପୋର୍ଟ ଆସିଥିଲା। ହେଲେ ୨୩ ତାରିଖ ସେ ଘରେ ପହଞ୍ଚିବା ପରେ ୨୪ ତାରିଖ ତାଙ୍କୁ ଜ୍ୱର, କାଶ ହୋଇଥିଲା। ମଙ୍ଗଳବାର ରାତିରେ ତାଙ୍କୁ ବୁର୍ଲା ଭିମ୍‌ସାରରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri