Posted inଖେଳ

ସପୋର୍ଟ ସ୍କୁଲ ସ୍ପୋଟର୍‌ସ ଫାଉଣ୍ଡେଶନର ଦ୍ୱିତୀୟ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୪।୧୦(କ୍ରୀଡ଼ା ପ୍ରତିନିଧି)- ସପୋର୍ଟ ସ୍କୁଲ ସ୍ପୋଟର୍‌ସ ଫାଉଣ୍ଡେଶନ(ଏସଏସଏସଏଫ)ର ଦ୍ୱିତୀୟ କାର୍ଯ୍ୟକ୍ରମ ଗୁରୁବାର କ୍ୟାପିଟାଲ ହାଇସ୍କୁଲଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ୬ରୁ ୧୨ ବର୍ଷ ମଧ୍ୟରେ ୫୦ ପିଲାଙ୍କର ୧୫ ପ୍ରକାର ଶାରୀରିକ ପରୀକ୍ଷା କରାଯାଇଥିଲା। ପିଲାଙ୍କ ବୟସ ଅନୁଶୀଳନ, ଫିଟ୍‌ନେସ ସ୍ତର ଏବଂ କ୍ରୀଡ଼ା ଦକ୍ଷତା ମପାଯିବା ଏହାର ଅନ୍ତର୍ଭୁକ୍ତ ଥିଲା। ”ଏସଏସଏସଏଫର ଏହା ଏକ ବିରଳ ପଦକ୍ଷେପ। ଏହା ପିଲାମାନଙ୍କର ଫିଟ୍‌ନେସ୍‌ ଏବଂ କ୍ରୀଡ଼ା ଦକ୍ଷତା ଅନୁମାନ କରିବା କ୍ଷେତ୍ରରେ ବିଶେଷ ସହାୟକ ହେବ“ ବୋଲି ସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ସୋନାମିକା ରାୟ ପ୍ରକାଶ କରିଛନ୍ତି। ଫାଉଣ୍ଡେଶନର ମୁଖ୍ୟ ଡ. ମୁକ୍ତିପ୍ରସାଦ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଅମିତ କୁମାର ସାହୁ, ପ୍ରସାଦ ସାହୁ, ତାରାପ୍ରସାଦ ପରିଡ଼ା, ଦୀପ୍ତି ସୁନ୍ଦର ଦାଶ, ଅନିଲ ଜେନା, ଲକ୍ଷ୍ମୀଧର ମହାନ୍ତି, ସମୀର କୁମାର ସାହୁ ପରିଚାଳନା କରିଥିଲେ। ବିଶ୍ୱରଞ୍ଜନ ସାହୁ ଏହି ପ୍ରକଳ୍ପର ମାଷ୍ଟର ଟ୍ରେନର ଦାୟିତ୍ୱ ତୁଲାଉଛନ୍ତି। ପ୍ରକାଶ ଯୋଗ୍ୟ ଯେ, ଗତ ଅଗଷ୍ଟ ୨୯ରେ ଏପିଜେ ସ୍କୁଲରେ ଏସଏସଏସଏଫ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri