ସପ୍ତମ ଆର୍ଥିକ ଜନଗଣନାର ଶୁଭାରମ୍ଭ: ୩ ମାସ ଧରି ଜିଲାରେ ଚାଲିବ

ନୟାଗଡ଼ ଅଫିସ,୨୭ା୮: ସପ୍ତମ ଆର୍ଥିକ ଜନଗଣନା (ଇକୋନୋମିକ ସେନ୍‌ସସ୍‌) କାର୍ଯ୍ୟକ୍ରମ ସୋମବାର ଆରମ୍ଭ ହୋଇଛି। ଜିଲାପାଳଙ୍କ ସଦ୍‌ଭାବନା ଗୃହଠାରେ ଜିଲାପାଳ ଡ. ପୋମା ଟୁଡୁ ଏହାକୁ ଉଦ୍‌ଘାଟନ କରିଥିଲେ। କାର୍ଯ୍ୟକ୍ରମର ମଧ୍ୟାନ୍ତର ସମୟରେ ଏହାର ରିପୋର୍ଟ ଦେବା ପାଇଁ ସେ ଜନସେବା କେନ୍ଦ୍ର (ସିଏସସି)ର ଅଧିକାରୀମାନଙ୍କୁ କହିଥିଲେ। ସୂଚନାଯୋଗ୍ୟ ପୂର୍ବରୁ ଶିକ୍ଷକମାନେ ଏହି ଗଣନା କାର୍ଯ୍ୟ କରୁଥିବା ବେଳେ ଏଥର କିନ୍ତୁ ସେମାନଙ୍କୁ ବିରତି ଦିଆଯାଇ ଜନସେବା କେନ୍ଦ୍ର କର୍ମଚାରୀମାନଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ଜନସେବା କେନ୍ଦ୍ରରେ ଥିବା ସୁପରଭାଇଜର ଓ ଗଣନାକାରୀମାନେ ମୋବାଇଲ୍‌ ଆପ୍ଲିକେସନ୍‌ ମାଧ୍ୟମରେ ଏହି ଗଣନା କାର୍ଯ୍ୟକ୍ରମ କରିବେ। ୭ଦିନ ମଧ୍ୟରେ ଜିଲାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବ ଓ ୩ମାସ ଧରି ଚାଲିବ। ସୁପରଭାଇଜର ଓ ଗଣନକାରୀମାନେ ଘର ଓ ବିଭିନ୍ନ ପ୍ରତିଷ୍ଠାନ ବୁଲି ଲୋକମାନଙ୍କଠାରୁ ତଥ୍ୟ ସଂଗ୍ରହ କରିବେ। ସେମାନଙ୍କର ନାମ, କେଉଁ ସଂସ୍ଥାରେ କ’ଣ କାମ କରୁଛନ୍ତି ଓ ଆର୍ଥିକ ସ୍ଥିତି ଆଦି ବିଷୟରେ ତଥ୍ୟ ସଂଗ୍ରହ କରିବେ। ଏହା ପରେ ଉକ୍ତ ତଥ୍ୟ କେନ୍ଦ୍ରକୁ ପଠାଯିବ ବୋଲି ସୂଚନା ଦିଆଯାଇଥିଲା। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଗଣନା ଅଧିକାରୀ ତପନ କୁମାର ମିଶ୍ର, ସହକାରୀ ନିର୍ଦ୍ଦେଶକ ଶଙ୍କର ବେହେରା, ଡ଼େପୁଟି ନିର୍ଦ୍ଦେଶକ ତାରା ପ୍ରସାଦ ପଟ୍ଟନାୟକ, ଜନସେବା କେନ୍ଦ୍ରର ଜିଲା ପରିଚାଳକ ଆଶୁତୋଷ ଶତପଥୀ, ସୁବାସ ଚନ୍ଦ୍ର ପରିଡ଼ା, ଜିଲା ସଂଯୋଜକ ହିମାଂଶୁ ଶେଖର ସାମଲ ପ୍ରମୁଖ ଉପସ୍ଥିତ ଥିଲେ। ଏ ନେଇ କୌଣସି ସମସ୍ୟା ଦେଖାଦେଲେ ୧୮୦୦-୩୦୦୦-୩୪୬୮ ଟୋଲ୍‌ ଫ୍ରି ନମ୍ବରରେ କଲ୍‌ କରିବା ପାଇଁ ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ଦିଲ୍ଲୀରେ ମେଟ୍ରୋ ବନ୍ଦ ମାମଲା: CJI କହିଲେ ଲଞ୍ଚ୍‌ ପରେ ଦେଖିବା…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସୁରକ୍ଷା କାରଣରୁ ୧୬ଟି ମେଟ୍ରୋ ଷ୍ଟେସନକୁ ବନ୍ଦ କରାଯାଇଛି। ଏହି ମାମଲା ଏବେ ସୁପ୍ରିମ୍ କୋର୍ଟରେ ପହଞ୍ଚିଛି। SCBA…

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri