ସପ୍ତମ ଶ୍ରେଣୀ ଭୂଗୋଳ ପ୍ରଶ୍ନପତ୍ର ଲିକ୍‌ ଘଟଣା: ଲିକ୍‌ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ ଛାତ୍ରୀଛାତ୍ର

ଗୋପ, ୩୧।୧୦(ଡି.ଏନ୍‌.ଏ.)-ଗୋପ ଶିକ୍ଷାବିଭାଗ ଅଞ୍ଚଳରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ୩ଦିନ ବିତିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ହୋଇପାରି ନାହିଁ। ଏ ସମ୍ପର୍କରେ ଶିକ୍ଷାବିଭାଗ ଅଧିକାରୀମାନେ ନିରବ ରହିବା ଘଟଣା ଅଭିଭାବକଙ୍କ ମହଲରେ ଅସନ୍ତୋଷ ସୃଷ୍ଟି କରିବା ସହ ଶିକ୍ଷା ବିଭାଗ ଉପରୁ ବିଶ୍ୱାସ ତୁଟିବାରେ ଲାଗିଛି। ଶୁକ୍ରବାର ଭୂଗୋଳ ପରୀକ୍ଷା ଥିବାବେଳେ ଛାତ୍ରୀଛାତ୍ରମାନେ ଲିକ୍‌ ପ୍ରଶ୍ନପତ୍ରରେ ପରୀକ୍ଷା ଦେବା ପ୍ରାୟ ନିଶ୍ଚିତ ହୋଇପଡ଼ିଛି।
ପ୍ରକାଶ ଯେ, ଚଳିତ ବର୍ଷ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକକ ପରୀକ୍ଷା କରିବା ଲାଗି ନିର୍ଦ୍ଦେଶାନାମା ଜାରି କରାଯାଇଥିଲା। ନିର୍ଦ୍ଦେଶ ମୁତାବକ ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇ ଶିକ୍ଷା ବିଭାଗକୁ ପଠାଯାଇଥିବାବେଳେ ଏହି ପ୍ରଶ୍ନପତ୍ର ଗୋପ ଶିକ୍ଷା ବିଭାଗ ଅଞ୍ଚଳରେ ଲିକ୍‌ ହେବା ସହ ଏହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ପରେ କେତେକ ଗଣମାଧ୍ୟମ ପ୍ରତିନିଧି ଏ ସମ୍ପର୍କରେ ବ୍ଲକ୍‌ ଶିକ୍ଷାଧିକାରୀ ବସନ୍ତ କୁମାର ମିଶ୍ରଙ୍କୁ ଯୋଗାଯୋଗ କରିବାରେ ସେ ସାମାନ୍ୟ ପରୀକ୍ଷା କହି ଏପରି ଏହି ଘଟଣାକୁ ଏଡ଼ାଇବା ସହ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ମାତ୍ର ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନହେବା ଶିକ୍ଷା ବିଭାଗର ପାରିବା ପଣିଆ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଖୋଦ୍‌ ଗଣଶିକ୍ଷା ମନ୍ତ୍ରୀଙ୍କ ଅଞ୍ଚଳରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ଅଭିଭାବକମହଲରେ ନିନ୍ଦା କରାଯାଇଛି। ଅପରପକ୍ଷରେ ଗୋପ ବ୍ଲକ୍‌ରେ ଆବଶ୍ୟକତା ଅନୁଯାୟୀ ପ୍ରଶ୍ନପତ୍ର ପହଞ୍ଚତ୍ ନ ଥିବାରୁ ଛାତ୍ରୀଛାତ୍ରମାନେ ଜେରକ୍ସ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେବୋଲି କୁହାଯାଉଛି। ଏ ସମ୍ପର୍କରେ ମଣ୍ଡଳ ଶିକ୍ଷାଧିକାରୀ ମିଶ୍ରଙ୍କୁ ପଚାରିବାରେ ଏକକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହେବା କଥା ଗଣମାଧ୍ୟମରୁ ଜାଣିଲି। ଏନେଇ ତଦନ୍ତ କରୁଛି ବୋଲି କହିବା ସହ ଆବଶ୍ୟକୀୟ ପ୍ରଶ୍ନପତ୍ର ଆସି ନ ଥିବାରୁ ଶିକ୍ଷା ବିଭାଗର ଉଚ୍ଚ କର୍ତ୍ତୃପକ୍ଷଙ୍କ ସହ କଥା ହୋଇଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri