ସପ୍ତଶଯ୍ୟା ମହୋତ୍ସବ ଉଦ୍‌ଘାଟିତ: ‘ସହଯୋଗ ମିଳିଲେ ଆଗକୁ ବଢ଼ିବ ସଂସ୍କୃତି’

ଢେଙ୍କାନାଳ ଅଫିସ, ୧୧ା୧୧: ଢେଙ୍କାନାଳ ମାଟିର ଐତିହ୍ୟ ଯେତିକି ମହାନ୍‌ ସେତିକି ଗରିମାମୟ ଏହାର ସଂସ୍କୃତି। ଏଠାକାର ସାଂସ୍କୃତିକ ଅନୁଷ୍ଠାନଗୁଡ଼ିକ ପରମ୍ପରାକୁ ଶୀର୍ଷସ୍ଥାନ ଦେବାକୁ ଯେଉଁ ଉଦ୍ୟମ ଚଳାଇଛନ୍ତି, ତାହା ବାସ୍ତବିକ୍‌ ପ୍ରଶଂସନୀୟ। ଏ କ୍ଷେତ୍ରରେ ଦେବାଂଶୀ ଡ୍ୟାନ୍ସ ଏକାଡେମୀ ମଧ୍ୟ ସାମିଲ ହୋଇଛି। ଅନୁଷ୍ଠାନ ପକ୍ଷରୁ ୫ବର୍ଷ ହେଲା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ‘ସପ୍ତଶଯ୍ୟା’ ନାମରେ ମହୋତ୍ସବ ଆୟୋଜିତ ହୋଇଆସୁଛି। ଏହି ଧାରାକୁ ଆଗକୁ ନେବାକୁ ହେଲେ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି କହିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ କାମାକ୍ଷା ପ୍ରସାଦ ସିଂଦେଓ। ରବିବାର ସନ୍ଧ୍ୟାରେ ସ୍ଥାନୀୟ ମିନି ଷ୍ଟାଡିୟମରେ ଅନୁଷ୍ଠିତ ସପ୍ତଶଯ୍ୟା ମହୋତ୍ସବର ଉଦ୍‌ଘାଟନୀ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ସେ ଏହା କହିଛନ୍ତି।
ଏହି ଅବସରରେ ଅଭିନେତା ସୁକାନ୍ତ ରଥ, ଅଭିନେତ୍ରୀ ସଙ୍ଗୀତା ମହାପାତ୍ରଙ୍କୁ ‘ସପ୍ତଶଯ୍ୟା ସମ୍ମାନ’ରେ ସମ୍ମାନିତ କରାଯାଇଥିଲା। ସେହିପରି ସପ୍ତଶଯ୍ୟା ସଙ୍ଗୀତ ସମ୍ମାନରେ ଛନ୍ଦା ମିଶ୍ର, ନାଟକରେ ଶରତ ମାଝି, ନୃତ୍ୟରେ ମନଶ୍ରୀ ମଧୁସ୍ମିତା, ବାଦ୍ୟରେ ଦୀପ୍ତିଶ କୁମାର ମହାପାତ୍ର, ସେବାରେ ପୁଷ୍ପାଞ୍ଜଳି ଜେନା, ସଂସ୍କୃତିରେ ସତ୍ୟପ୍ରିୟ ଶରଣ ଏବଂ ନୃତ୍ୟଶିଳ୍ପୀ ଅସୀମା ଅଶ୍ୱିରିକା ଜେନା ସମ୍ମାନିତ ହୋଇଥିଲେ। ଏଥିସହ ଜୀବନବ୍ୟାପୀ ସାଧନା ପାଇଁ ବିଶିଷ୍ଟ କଣ୍ଠ ଶିଳ୍ପୀ ତାନସେନ ସିଂ, ଶାନ୍ତିଲତା ଛୋଟରାୟ, ଓଡ଼ିଶୀ ନୃତ୍ୟଶିଳ୍ପୀ ମୀରା ଦାସ, ନୃତ୍ୟଗୁରୁ ଡ. ମନୋଜ ବେହେରାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।
ଉତ୍ସବରେ ସମ୍ମାନିତ ଅତିଥି ଭାବେ ରାଣୀ ସାବିତ୍ରୀ ଦେବୀ, ରାଜ୍ୟ ସମବାୟ ବ୍ୟାଙ୍କ ସଭାପତି ଅକ୍ଷୟ କୁମାର ମହାନ୍ତି, ନିଉଟ୍ରିମାକ୍ସ ନିର୍ଦ୍ଦେଶକ ଦୀପ୍ତିମୟ ପରିଜା, ଆଇଆଇଏମ୍‌ସିର ଆଞ୍ଚଳିକ ନିର୍ଦ୍ଦେଶକ ଡ. ମୃଣାଳ ଚାଟ୍ଟାର୍ଜୀ, ଉତ୍କଳ ଆଜବେଷ୍ଟସ ଲିମିଟେଡ୍‌ର ଜିଏମ୍‌ ରଘୁନାଥ ସିଂ, ନିଖିଳ ଭାରତ ଆଇଟିଆଇ ଆସୋସିଏଶନ ଫେଡେରେସନ ଜୋନାଲ ସମ୍ପାଦକ ତାରାପ୍ରସନ୍ନ ଶତପଥୀ, ସାମାଜିକ କର୍ମୀ ଶୁଚିସ୍ମିତା ପୃଷ୍ଟି, ଇନ୍‌କମଟ୍ୟାକ୍ସର ଅବସରପ୍ରାପ୍ତ ପ୍ରିନ୍ସିପାଲ କମିଶନର ଶରତ କୁମାର ଦାସ ପ୍ରମୁଖ ମଞ୍ଚାସୀନ ରହି ଜିଲାର ସଂସ୍କୃତିକୁ ଭୂୟସୀ ପ୍ରଶଂସା କରିଥିଲେ।
ଅନୁଷ୍ଠାନର ସଭାପତି ଶାନ୍ତି ମିଶ୍ର ସମାରୋହରେ ଅଧ୍ୟକ୍ଷତା କରିଥିବାବେଳେ ସମ୍ପାଦକ ଗୌରୀଶଙ୍କର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ଏହାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri