ବ୍ରହ୍ମପୁର ଅଫିସ,୧୬ା୧୦-ବ୍ରହ୍ମପୁର ଇଞ୍ଜିନିୟରିଂ ସ୍କୁଲ ଛକରୁ ଆଙ୍କୁଲି ଶିଳ୍ପାଞ୍ଚଳ ପର୍ଯ୍ୟନ୍ତ ନିର୍ମାଣ କରାଯାଉଥିବା ରେଲୱେ ଓଭରବ୍ରିଜ ଅସମ୍ପୂର୍ଣ୍ଣ ରହିଛି। ଫଳରେ ପ୍ରତିଦିନ ହଜାର ହଜାର ଲୋକଙ୍କୁ ନାହିଁ ନ ଥିବା ଅସୁବିଧା ଭୋଗିବାକୁ ପଡ଼ୁଛି। ସପ୍ତାହକ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଗଞ୍ଜାମ ଜିଲା ଭାଜପା ଦାବି କରିଛି। ନ ହେଲେ ପ୍ରତିବାଦରେ ଇଞ୍ଜିନିୟରିଂ ସ୍କୁଲ ଛକରେ ଗଣଧାରଣା ସହ ୫୯ନଂ. ଜାତୀୟ ରାଜପଥ ଅବରୋଧ କରାଯିବାକୁ ଚେତାବନୀ ଦିଆଯାଇଛି। ଜିଲା ସଭାପତି କାହ୍ନୁ ଚରଣ ପତି ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ଅହେତୁକ ବିଳମ୍ବ ପାଇଁ ରାଜ୍ୟ ସରକାର ଓ ପୂର୍ତ୍ତ ବିଭାଗର ଅପାରଗତାକୁ ସେ ଦାୟୀ କରିଛନ୍ତି।
ମଙ୍ଗଳବାର ପତିଙ୍କ ସମେତ ରାଜ୍ୟ ଭାଜପା ସାଧାରଣ ସମ୍ପାଦକ ଭୃଗୁ ବକ୍ସିପାତ୍ର ଓ ଅନେକ କର୍ମୀ ଅସମ୍ପୂର୍ଣ୍ଣ ଓଭରବ୍ରିଜ ଉପରେ ଚାଲି ଚାଲି ସ୍ଥିତି ଅନୁଧ୍ୟାନ କରିଥିଲେ। ବିଳମ୍ବ କାରଣ ସମ୍ପର୍କରେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ପଚାରିଥିଲେ।
ଅଞ୍ଚଳର କେତେଜଣ ଉଚ୍ଛେଦକୁ ବିରୋଧ କରି ଅଦାଲତରେ ମାମଲା ରୁଜୁ କରିଥିବାରୁ ଜମି ଅଧିଗ୍ରହଣରେ ସମସ୍ୟା ଦେଖାଦେଇଥିବା ଏସ୍ଇ ସଫେଇ ଦେଇଥିଲେ। ସମାଧାନ ପାଇଁ ତ୍ୱରିତ ପଦକ୍ଷେପ ନେବା ଏବଂ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରି ତାହା ଜନସେବା ପାଇଁ ଉତ୍ସର୍ଗ କରାଯିବା ଉପରେ ଭାଜପା ନେତାମାନେ ଗୁରୁତ୍ୱ ଦେଇଥିଲେ। ବୁଧବାର ଗଞ୍ଜାମ ଜିଲାପାଳଙ୍କ ସହ ଏ ସମ୍ପର୍କରେ ଆଲୋଚନା କରାଯିବ। ଅକ୍ଟୋବର ୧୮ରେ ଭୁବନେଶ୍ୱରରେ ପୂର୍ତ୍ତ ସଚିବଙ୍କୁ ଭେଟିବାର କାର୍ଯ୍ୟକ୍ରମ ଥିବା ସଭାପତି ସୂଚାଇଛନ୍ତି। ମୂଳ ଡିଜାଇନ ଅପରିବର୍ତ୍ତିତ ରଖାଯିବାକୁ ଦାବି କରାଯାଇଛି।
ସୂଚନାଯୋଗ୍ୟ, ୨୦୧୩ ଅକ୍ଟୋବର ୩ରେ ଓଭରବ୍ରିଜ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭ ଦେଇଥିଲେ। ରାଜ୍ୟ ସରକାର ଏହାର ବ୍ୟୟ ଅଟକଳ ୪୩.୨୯ କୋଟି ଟଙ୍କା ମଞ୍ଜୁର ସହ ନିର୍ମାଣ ଦାୟିତ୍ୱ ପୂର୍ତ୍ତ ବିଭାଗକୁ ନ୍ୟସ୍ତ କରିଥିଲେ। ଏହାକୁ ୬ ବର୍ଷ ବିତିଛି ଏବଂ ନିର୍ମାଣ ଅସମ୍ପୂର୍ଣ୍ଣ ରହିଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ
ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…
ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ
ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…
ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା କାନ୍ଥ: ଆଖିବୁଜିଲା କୁନି ଝିଅ, ମା’ ବଡ଼ ଝିଅ…
ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…
ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍-ସାଇକେଲ୍
ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…
ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….
ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ ଦୁଇ…
ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…
ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…
କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…
ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ
ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…
Archives

