ସପ୍ତାହକ ମଧ୍ୟରେ କେରଳ ଫେରିବେ ୨୧୫୦ ପ୍ରବାସୀ: ଅର୍ଥନୀତି ହେବ ପ୍ରଭାବିତ

କୋଚି,୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆର୍ଥିକ ସଙ୍କଟ ଦେଖାଦେଇଛି। ବହୁ ଶିଳ୍ପ ସଂସ୍ଥା ଲକ୍‌ଡାଉନ୍‌ ଯୋଗୁ ବନ୍ଦ ରହିଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଥିବା କେରଳ ବାସିନ୍ଦା ଘରବାହୁଡ଼ିବା ଲାଗି ପଞ୍ଜିକରଣ କରିଛନ୍ତି। ଆସନ୍ତା ଏକ ସପ୍ତାହ ମଧ୍ୟରେ ୨୧୫୦ ପ୍ରବାସୀ କେରଳ ଫେରିବେ। କେରଳର ଅର୍ଥନୀତି ମୁଖ୍ୟତଃ ପ୍ରବାସୀଙ୍କ ଉପରେ ନିର୍ଭର କରିଥାଏ। ପ୍ରତିବର୍ଷ ପ୍ରବାସୀମାନେ ରାଜ୍ୟକୁ ୬୦ ହଜାର କୋଟିରୁ ଅଧିକ ଟଙ୍କା ପଠାଇଥାନ୍ତି। ପ୍ରବାସୀମାନେ ଘରବାହୁଡ଼ିବା ଯୋଗୁ ରାଜ୍ୟର ଅର୍ଥନୀତି ପ୍ରଭାବିତ ହେବ ବୋଲି କୁହାଯାଉଛି। ରାଜ୍ୟର ପ୍ରାୟ ୪୦ ଲକ୍ଷରୁ ଅଧିକ ଲୋକ ବିଦେଶରେ ରହିଛନ୍ତି। କରୋନା ମାହାମାରୀ ସଙ୍କଟ ଯୋଗୁ ୪ ଲକ୍ଷ ୧୩ ହଜାର ଲୋକ ସ୍ବଦେଶ ଫେରିବାକୁ ପଞ୍ଜିିକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୬୧ ହଜାର ଲୋକ ଘରବାହୁଡ଼ିବାର କାରଣ ଚାକିରି ହରାଇଥିବା ଦର୍ଶାଇଛନ୍ତି। ସ୍ବଦେଶ ଫେରିବାକୁ ଆବେଦନ କରିଥିବା ଲୋକଙ୍କ ମଧ୍ୟରେ ୯ ହଜାର ଗର୍ଭବତୀ ମହିଳା, ୧୦ ହଜାର ଛୋଟ ପିଲା, ୧୧ ହଜାର ବୟସ୍କ ବ୍ୟକ୍ତି ରହିଛନ୍ତି। ସେହିପରି ୪୧ ହଜାର ବ୍ୟକ୍ତି ପର୍ଯ୍ୟଟନ ଭିଜାରେ ବିଦେଶ ଯାଇଥିଲେ। ଏବେ ସେମାନେ ଭାରତକୁ ଫେରିବାକୁ ଚାହୁଁଛନ୍ତି। କୋଚି ବିମାନ ବନ୍ଦରରେ ପ୍ରବାସୀଙ୍କ ପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri