ସପ୍ତାହରେ ୩୧୬୬ କର୍ମଚାରୀଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୭।୧(ବ୍ୟୁରୋ):ଗୋଟିଏ ସପ୍ତାହରେ ୩୯ ବିଭାଗ ସମେତ ୩୦ ଜିଲାରେ ପ୍ରଥମ ଶ୍ରେଣୀ ଅଧିକାରୀଙ୍କଠାରୁ ଆରମ୍ଭ କରି ଚତୁର୍ଥ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ବର୍ଗର ୩୧୬୬ ଜଣ କର୍ମଚାରୀଙ୍କୁ ପଦୋନ୍ନତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ପରେ ଦୀର୍ଘବର୍ଷ ଧରି ପଦୋନ୍ନତି ଅପେକ୍ଷାରେ ଥିବା କର୍ମଚାରୀମାନଙ୍କୁ ଆଶ୍ୱସ୍ତି ମିଳିଛି। କେତେଜଣ କର୍ମଚାରୀ ଅବସର ପୂର୍ବରୁ ପଦୋନ୍ନତି ପାଇଥିବାରୁ ଖୁସି ଅଛନ୍ତି।
ବିଭିନ୍ନ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ, ଡିସେମ୍ବର ୨୪ରୁ ୩୧ ମଧ୍ୟରେ ଗ୍ରୁପ୍‌-ଏରେ ୮୫୨ ଜଣଙ୍କୁ ପଦୋନ୍ନତି ଦିଆଯାଇଥିବା ବେଳେ ଗ୍ରୁପ୍‌-ବିରେ ୫୨୭, ଗ୍ରୁପ୍‌-ସିରେ ୧୪୯୬ ଏବଂ ଗ୍ରୁପ୍‌-ଡିରେ ୨୯୧ ଜଣଙ୍କୁ ପଦୋନ୍ନତି ଦିଆଯାଇଛି। ସେହିପରି ୨୦୧୯ ଜାନୁୟାରୀରୁ ନଭେମ୍ବର ମାସ ସୁଦ୍ଧା ବିଭିନ୍ନ ବର୍ଗର ୯୭୬୬ ଜଣ ପଦୋନ୍ନତି ପାଇଛନ୍ତି। ଡିସେମ୍ବରରେ ପଦୋନ୍ନତି ପାଇଥିବା ୩୧୬୬ ଜଣଙ୍କୁ ମିଶାଇ ୨୦୧୯ରେ ବିଭିନ୍ନ ବର୍ଗର ମୋଟ୍‌ ୧୨,୯୩୨ ଜଣ କର୍ମଚାରୀ ପଦୋନ୍ନତି ସୁବିଧା ପାଇପାରିଛନ୍ତି। କେବଳ ଜିଲାସ୍ତରରେ ଏହି ସମୟ ମଧ୍ୟରେ ୩୧୩୯ ଜଣ ପଦୋନ୍ନତି ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି।
ସମସ୍ତ ଯୋଗ୍ୟ କର୍ମଚାରୀଙ୍କୁ ଡିସେମ୍ବର ୩୧ ତାରିଖ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷକରି ପଦୋନ୍ନତି ଦେବାକୁ ସବୁ ବିଭାଗ, ବିଭାଗୀୟ ମୁଖ୍ୟ ଦପ୍ତର ଏବଂ ଜିଲାଗୁଡିକୁ ମୁଖ୍ୟମନ୍ତ୍ରୀ ୨୦୧୯ ଡିସେମ୍ବର ୨୩ରେ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବିଭାଗୀୟ ଅଧିକାରୀ ମଧ୍ୟ ଚଳଚଞ୍ଚଳ ହୋଇ ପଦୋନ୍ନତି କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଶେଷ କରିଥିଲେ। ଡିସେମ୍ବର ମାସ ଶେଷ ସପ୍ତାହରେ ବିଭିନ୍ନ ବିଭାଗରୁ ଏତେସଂଖ୍ୟକ କର୍ମଚାରୀ ପଦୋନ୍ନତି ପାଇବା ଏକ ରେକର୍ଡ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ନିମ୍ନ ଏବଂ ମଧ୍ୟମ ବର୍ଗର କର୍ମଚାରୀଙ୍କ ପଦୋନ୍ନତି କ୍ଷେତ୍ରରେ ହେଉଥିବା ଅହେତୁକ ବିଳମ୍ବ ଓ ଅଯଥା ହଇରାଣ ହରକତ ଘଟଣାରେ ମୁଖ୍ୟମନ୍ତ୍ରୀ କ୍ଷୋଭପ୍ରକାଶ କରିଥିଲେ। ପଦୋନ୍ନତି ପାଇଥିବା କର୍ମଚାରୀଙ୍କ ମଧ୍ୟରୁ ସ୍ବରାଷ୍ଟ୍ର ବିଭାଗର ସର୍ବାଧିକ ୨୩୩୦ ଜଣ ପଦୋନ୍ନତି ପାଇଥିବାବେଳେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗରୁ ୧୩୦୭ ଜଣ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରୁ ୧୨୫୧ ଜଣ ପଦୋନ୍ନତି ପାଇଛନ୍ତି। ସେହିପରି ଜିଲାସ୍ତରରେ କଟକ ଜିଲାର ସର୍ବାଧିକ ୭୪୮ଜଣ କର୍ମଚାରୀ ପଦୋନ୍ନତି ପାଇଥିବା ବେଳେ ମୟୂରଭଞ୍ଜ ଜିଲାର ୨୮୧ ଏବଂ ଗଞ୍ଜାମରେ ୧୯୪ ଜଣ ପଦୋନ୍ନତି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri