ସପ୍ତାହେରେ ତିଆରି କଲେଣି ୨୦ ହଜାର ମାସ୍କ

ଛେଣ୍ଡିପଦା,୩୧୩(ସ୍ବ.ପ୍ର.)- କରୋନା ସଂକ୍ରମଣ ଯୋଗୁ ବଜାରରେ ମାସ୍କର ଅଭାବକୁ ଦୃଷ୍ଟିରେ ରଖି ଏହାକୁ ତିଆରି କରି ଲୋକଙ୍କୁ ଯୋଗାଇବାକୁ ଅଣ୍ଟା ଭିଡ଼ିଛନ୍ତି ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଲିପଟା ପଞ୍ଚାୟତର ନାରୀଶକ୍ତି ଉତ୍ପାଦିକା ଦଳ। ଓଡ଼ିଶା ଜୀବିକା ମିଶନ ପକ୍ଷରୁ ଅନୁଗୋଳ ୟୁକୋ ବ୍ୟାଙ୍କ ସହାୟତାରେ ସିଲେଇ ତାଲିମ ନେଇଥିବା ୧୭ ଜଣ ସଦସ୍ୟାଙ୍କୁ ନେଇ ଗଠିତ ଏହି ସଙ୍ଗଠନର ସଭାପତି ସୁଭଦ୍ରା ଗଡନାୟକ, ସମ୍ପାଦକ ଗେହ୍ଲାରାଣୀ ସାହୁ, କୋଷାଧ୍ୟକ୍ଷା ସୁଜାତା ପ୍ରଧାନ ପ୍ରମୁଖ ମାସ୍କ ତିଆରି କରୁଛନ୍ତି । ସେମାନେ ଅନୁଗୋଳର ବିଭିନ୍ନ ମେଡିସିନ ଷ୍ଟୋର, ଜିଲାପାଳ ଅଫିସ, ମିଶନ ଶକ୍ତି ଓ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଆଦିକୁ ମାସ୍କ ପିଛା ୨୦ ଟଙ୍କା ଦରରେ ବିକ୍ରି କରିଛନ୍ତି। ପ୍ରାୟ ସପ୍ତାହେ ମଧ୍ୟରେ ସମାନେ ୨୦ହଜାରରୁ ଊର୍ଦ୍ଧ୍ବ ମାସ୍କ ବଜାରରେ ବିକ୍ରି କରିସାରିଥିବା ସଂଘର ସଭାପତି ଗଡନାୟକ ପ୍ରକାଶ କରିଛନ୍ତି। ମାସ୍କ ତିଆରିବେଳେ ପରିଷ୍କାର ପରିଛନ୍ନତାକୁ ଗୁରୁତ୍ୱ ଦେଉଥିବା ସେ କହିଛନ୍ତି । ଏବେ ଛେଣ୍ଡିପଦା, କିଶୋରନଗର ଓ କଣିହାଁ ଆଦି ଅଞ୍ଚଳରୁ ମଧ୍ୟ ମାସ୍କ ତିଆରି ପାଇଁ ଅର୍ଡର ଆସୁଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ୟାମରେ ବୁଡ଼ି ଚାଲିଗଲା ମହିଳାଙ୍କ ଜୀବନ, ବେସାହାରା ଛୁଆଙ୍କୁ ସରକାରୀ ସହାୟତା ଦାବି

ମୋହନା,୩୦।୬(ମନ୍ମଥ ମିଶ୍ର): ଡ୍ୟାମରେ ଗାଧୋଇବା ବେଳେ ପାଣିରେ ବୁଡ଼ି ମହିଳାଙ୍କ ମୃତ୍ୟୁ ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ…

ସ୍ନାନଯାତ୍ରା ପରେ ଜ୍ୱରରେ ପୀଡି଼ତ ମହାପ୍ରଭୁ; ଅଲାନାଥରେ ଚାଲିଛି ଦର୍ଶନ, ଜମୁଛି ଭକ୍ତଙ୍କ ଭିଡ଼

ପୁରୀ,୩୦।୬: ଆଜିଠୁ ବ୍ରହ୍ମଗିରି ପାଲଟିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ।ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରିବା ପରେ ଜ୍ବରରେ ପୀଡ଼ିତ ଅଛନ୍ତି କାଳିଆ ଠାକୁର ।…

ଜାତୀୟ ରାଜପଥରୁ ମିଳିଲା ଅଚିହ୍ନା ମୃତଶରୀର: ବଢୁଛି ସନ୍ଦେହ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବରଗଡ-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ ଅମାଠ ଛକଠାରେ ରାସ୍ତା ଉପରେ ଏକ ଅଚିହ୍ନା ମୃତଶରୀର ମଙ୍ଗଳବାର ପଡ଼ିଥିବାର…

ହୁମ୍ମା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ସାଇକେଲରେ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ…

ଗଞ୍ଜାମ,୩୦।୬(ଅନାଥ ତରାଇ): ହୁମ୍ମା ଓଭରବ୍ରିଜ୍ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ,…

ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢାଉ:୫ ସ୍ଥାନରେ ଖାନତଲାସି ଜାରି

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ଆୟ ବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ବୁର୍ଲା ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର) ଅଧୀକ୍ଷକଙ୍କ କାର୍ଯ୍ୟାଳୟର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ…

ଆନ୍ଧ୍ର ପୋଲିସ ମାଡ଼ରେ ୨ ଓଡ଼ିଆ ଯୁବକ ଗୁରୁତର, ଗଞ୍ଜେଇ ଚାଲାଣକାରୀ କହି ଉଠାଇ ନେଇଥିବା ଅଭିଯୋଗ

ନନ୍ଦପୁର,୩୦।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତ ସୁରୁମି ଗ୍ରାମର ୨ ଯୁବକଙ୍କୁ ଆନ୍ଧ୍ର ମୁଚିମପୁଟ ପୋଲିସ ଗଞ୍ଜେଇ ଚୋରା ଚାଲାଣ କରୁଥିବା…

ଏଷ୍ଟାବ୍ଲିଶମେଣ୍ଟ ଅଧିକାରୀ ଧନୁର୍ଦ୍ଧରଙ୍କ ଘରେ ପଶିଲା ଭିଜିଲାନ୍ସ: ୪ ସ୍ଥାନରେ ଚାଲିଛି ଖୋଳତାଡ଼

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧୀକ୍ଷକ(ଅଫିସ ସୁପରିଟେଣ୍ଡେଣ୍ଟ) ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ…

ଚାଷ ଆରମ୍ଭରୁ ଚାଷୀଙ୍କୁ ସାର ସଙ୍କଟ: ମହଜୁଦ ସତ୍ତ୍ୱେ ଚାଷୀଙ୍କୁ ମିଳୁନି

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ସର୍ବାଧିକ ଧାନ ଉପତ୍ାଦନ ଯୋଗୁ ରାଜ୍ୟରେ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ, ଚାଷୀଙ୍କ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri