ସପ୍ତାହ ମଧ୍ୟରେ ଲକ୍ଷେ ଟପିଲା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୨୪।୬: କରୋନା ମହାମାରୀ ସଂକ୍ରମଣ ନେଇ ଭାରତରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏବେ ପ୍ରତି ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହାରାହାରି ୧୫ ହଜାରରୁ ଅଧିକ ରହୁଛି। ସେହିପରି ପ୍ରତିଦିନ ହାରାହାରି ମୃତ୍ୟୁ ସଂଖ୍ୟା ୪ ଶହ ପାଖାପାଖି ରହୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୬୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ତେବେ ଗତ ଏକ ସପ୍ତାହ ମଧ୍ୟରେ ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଛୁଇଁଛି। ଜୁନ୍‌ ୧୬ରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୩ ହଜାରରୁ ଅଧିକ ଥିବାବେଳେ ଜୁନ ୨୩ ସୁଦ୍ଧା ଏହା ୪ ଲକ୍ଷ ୫୫ ହଜାରରୁ ଅଧିକ ରହିଛି। ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ସରକାରଙ୍କର ଚିନ୍ତା ବଢ଼ିବାରେ ଲାଗିଛି। ଗତ ଏକ ସପ୍ତାହ ମଧ୍ୟରେ ୨,୫୪୧ ଜଣଙ୍କର ମୃତ୍ୟୁ କରୋନା ଯୋଗୁ ଘଟିଛି। ଏବେ ମୃତ୍ୟୁ ସଂଖ୍ୟା ୧୪ ହଜାର ଟପିଛି। କରୋନା ସଂକ୍ରମଣ ରୋକିବା ପାଇଁ ଏବେ ପ୍ରତିଦିନ ୨ ଲକ୍ଷ ଲୋକଙ୍କ ନମୁନା ପରୀକ୍ଷା କରାଯାଉଛି। ଏଥି ଲାଗି ଦେଶରେ ୭୩୦ଟି ସରକାରୀ ଏବଂ ୨୭୦ ଘରୋଇ ଲ୍ୟାବ୍‌ ରହିଛି। ବର୍ତ୍ତମାନ ସୁଦ୍ଧା ୭୧ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?