ସଫାରି ପାର୍କରେ ଡାଇନୋସରସ୍‌ ମେଳରେ ବୁଲିବେ ଲୋକେ !

ଇଡେନବର୍ଗ,୮।୩: ଲକ୍ଷ ଲକ୍ଷ ବର୍ଷ ତଳେ ପୃଥିବୀ ପୃଷ୍ଠରୁ ଲୋପ ପାଇଥିବା ଡାନୋସରସ୍‌ଙ୍କ ମେଳରେ ବୁଲିବା ସେମାନଙ୍କର ଭୟଙ୍କର ଶବ୍ଦ ଶୁଣିବା ଏବେ ସମ୍ଭବ ହୋଇପାରିବ। କେନ୍ଦ୍ରୀୟ ସ୍କଟଲାଣ୍ଡର ଏକ ସଫାରି ପାର୍କରେ ବିଭିନ୍ନ ପ୍ରଜାତିର ଡାଇନୋସରସ୍‌ଙ୍କ ପ୍ରତିକୃତି ସ୍ଥାପନ କରାଯାଇଛି। ସ୍ଥାନୀୟ ଷ୍ଟ୍ରିଲିଙ୍ଗ୍‌ ସ୍ଥିତ ବ୍ଲେଆର ଡ୍ରୁମୋଣ୍ଡ ସଫାରି ପାର୍କ କର୍ତ୍ତୃପକ୍ଷ ଏଭଳି ଏକ ନିଆରା ପଦକ୍ଷେପ ଗ୍ରହଣ କରିଛନ୍ତି। ପାର୍କର ୧୦୦୦ ବର୍ଗ ମିଟର ପରିମିତ ଅଞ୍ଚଳରେ ୨୦ଟି ଡାଇନୋସରସ୍‌ ମଡେଲ ସ୍ଥାପନ କରାଯାଇଛି। ସେଥିମଧ୍ୟରେ ଭେଲୋସିରାପଟୋର୍‌, ଡାଇପ୍ଲୋଡୋକସ୍‌ ଏବଂ ଟି-ରେକ୍ସ୍‌ ଆଦି ଡାଇନୋସରସ୍‌ ପ୍ରଜାତିର ମଡେଲ ରହିଛି। ଏହାକୁ ଷ୍ଟିଲରେ ନିର୍ମାଣ କରାଯାଇଥିବାବେଳେ ଏଥିରେ ସିଲିକନ୍‌ ଚର୍ମର ଆବରଣ ଦିଆଯାଇଛି। ଡାଇନୋସରସ୍‌ ମଡେଲ ଗୁଡ଼ିକ ଆଖି ମିଟି ମିଟି କରିବା ସହିତ ନିଶ୍ୱାସ ପ୍ରଶ୍ୱାସ ନେଉଥିବାର ଦେଖିବାକୁ ମିଳିବ। ଏହି ମଡ଼େଲଗୁଡ଼ିକ ମୁଣ୍ଡ ହଲାଇ ଜୀବିତ ଡାଇନୋସରସ୍‌ ଭଳି ଭୟଙ୍କର ଶବ୍ଦ ସୃଷ୍ଟି କରିବେ ବୋଲି ପାର୍କର ପରିଚାଳକ ଗାରି ଗିଲମୋର୍‌ ସୂଚନା ଦେଇଛନ୍ତି। ପାର୍କରେ ଥିବା ସର୍ବବୃହତ୍‌ ଡାଇନୋସରସ୍‌ର ଲମ୍ବ ୨୧ ମିଟର। ଏହା ଡାଇପ୍ଲୋଡୋକସ୍‌ ପ୍ରଜାତିର ପ୍ରତିକୃତି। ପାର୍କର ୫୦ତମ ପ୍ରତିଷ୍ଠା ଦିବସ ଅବସରରେ ଏଭଳି ଡାଇନୋସରସ୍‌ ସଫାରି ନିର୍ମାଣ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri