ଭଣ୍ଡାରିପୋଖରୀ, ୩୧ା୧୨(ଡି.ଏନ୍.ଏ.)- ଭଣ୍ଡାରିପୋଖରୀ ଥାନା ଦକ୍ଷିଣବାଡ଼ ପଞ୍ଚାୟତ ଫତେପୁର ଗ୍ରାମରେ ସୁନା, ରୁପା ସଫା କରିଦେବା କହି ଜଣେ ମହିଳାଙ୍କଠାରୁ ଦୁଇଜଣ ଯୁବକ ସୁନାହାର ଓ କାନଫୁଲ ନେଇ ଚମ୍ପଟ ମାରିଛନ୍ତି। ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଦୁଇ ଯୁବକ ଏକ ପଲସର୍ ବାଇକ୍ରେ ଆସି ଫତେପୁର ଗ୍ରାମର ଜଣେ ମହିଳାଙ୍କ ଘରେ ପହଞ୍ଚତ୍ଥିଲେ। ସୁନାରୁପା ଅଳଙ୍କାର ସଫା କରିବ କି କହି ଜଣେ ଯୁବକ ଘରେ ପଶି ପଚାରିଥିଲା। ମହିଳା ଜଣକ ଗୋଟିଏ ୧୨ ଗ୍ରାମର ଚେନ୍ ଓ ୪ ଗ୍ରାମର ଦୁଇହଳ କାନଫୁଲ ଆଣି ଦେଖାଇଥିଲେ। ଯୁବକ ଜଣକ ଗରମ ପାଣି ଆଣ ବୋଲି କହିଥିଲେ। ମହିଳା ଜଣକ ଗରମ ପାଣି ଗ୍ୟାସ୍ରେ ବସାଇଥିବା ବେଳେ ସଂପୃକ୍ତ ଯୁବକ ଜଣକ ହାର ଓ କାନଫୁଲ ଧରି ପୂର୍ବରୁ ଦାଣ୍ଡରେ ବାଇକ୍ ଧରି ଛିଡ଼ା ହୋଇଥିବା ତାଙ୍କ ସହଯୋଗୀଙ୍କ ସହ ମଞ୍ଜୁରିରୋଡ଼ ଆଡ଼କୁ ଚମ୍ପଟ ମାରିଥିଲେ। ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଏନେଇ ଥାନାରେ କୌଣସି ଅଭିଯୋଗ ହୋଇନାହିଁ। ଉଲ୍ଲେଖଯୋଗ୍ୟ ଯେ, କିଛିଦିନ ହେଲା ଭଣ୍ଡାରିପୋଖରୀ ଥାନା ଅଞ୍ଚଳରେ ଚୋରି, ଲୁଟ୍ ଭଳି ଘଟଣା ବଢ଼ି ଚାଲିଥିବା ବେଳେ ପୋଲିସ ଚୋରି ସମ୍ପର୍କରେ କୌଣସି ଟେର୍ ମଧ୍ୟ ପାଉନାହିଁ। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି।
Posted inଅପରାଧ, ଆମ ଜିଲା ଖବର, ଭଦ୍ରକ View All
ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…
ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…
ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା
ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…
ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି
ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…
କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍ଆଣ୍ଡ୍ଟି କର୍ମଚାରୀଙ୍କ ମୃତ୍ୟୁ
ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…
ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ
ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…
ବିଦ୍ୟୁତ୍ କାର୍ଯ୍ୟାଳୟରେ ପଡ଼ିଲା ତାଲା
କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…
ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ
ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…
ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…
ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

