କେନ୍ଦୁଝର,୨୧ା୪(ଡି.ଏନ୍.ଏ): କେନ୍ଦୁଝର ପୌରପାଳିକା ଅଧୀନରେ କୋଭିଡ-୧୯ର ମୁକାବିଲା କରୁଥିବା ସଫେଇ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷଣ ଶିବିର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଆରମ୍ଭ ହୋଇଛି। ପୌରପାଳିକାର ନିର୍ବାହୀ ଅଧିକାରୀ ଡ.ମଧୁସ୍ମିତା ସାମନ୍ତରାୟଙ୍କ ନିର୍ଦ୍ଦେଶକ୍ରମେ ଆରମ୍ଭ ହୋଇଥିବା ଏହି ଶିବିର ଆସନ୍ତା ୨୬ତାରିଖ ପଯର୍ୟନ୍ତ ଚାଲିବ। ଏଥିରେ ପୌରପାଳିକାର ସମସ୍ତ ସରକାରୀ ଓ ଘରୋଇ ସଫେଇ କର୍ମଚାରୀ ନିଜର ସ୍ବାସ୍ଥ୍ୟ ପରୀକ୍ଷା କରିପାରିବେ ବୋଲି ନିର୍ବାହୀ ଅଧିକାରୀ ସୂଚନା ଦେଇଛନ୍ତି। ମୋଟ ୧୮୦ଜଣ ସଫେଇ କର୍ମଚାରୀଙ୍କ ମଧ୍ୟରୁ ପ୍ରଥମ ଦିନ ୬୦ କର୍ମଚାରୀ ସେମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ। ସ୍ବାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ ଏଥିରେ ସକ୍ରିୟ ସହଯୋଗ କରିଥିଲେ। ପରିମଳ ନିରୀକ୍ଷକ ବାଲ୍ୟମୁକୁନ୍ଦ ମିଶ୍ର ଶିବିରକୁ ପରିଚାଳନା କରିଥିଲେ। କରୋନା ଯୁଦ୍ଧର ଏହି ସିପାହୀମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷାକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି ା
ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ
ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…
ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…
ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…
ପଲିଥିନ୍ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ
ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…
ରାସ୍ତା-ଡ୍ରେନ୍ ନିର୍ମାଣ ନ ହେଲେ ଭୋଟ୍ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ
କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…
ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…
ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ
ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…
କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ
ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…
କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ
ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…
Archives

